
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକର ଖଡ଼ିାଂଟା ପଂଚାୟତରେ ଆଜି ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ବିଡ଼ିଓ ଶୁଭ୍ରାଂଶୁ ସାହୁଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ଖଡ଼ିଅଂଟା ସରପଂଚ ଜୀବନ କୃଷ୍ଣ ରାୟ ଯୋଗ ଦେଇ ପଲ୍ଲୀ ପ୍ରଶାସନର ଲକ୍ଷ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ । ଏଥିରେ ଆବାସ, ରାସନକାର୍ଡ,ଓ ଭତ।।କୁ ମିଶାଇ ସମୁଦାୟ ୩୦ଆପତିି ଅଭିଯୋଗ ଉପରେ ତତ୍କାଳ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦେଶ ଦିଆଯାଇଥିଲା । ଏଥିରେ ୭ ଭତା ପାଇଁ ଆବେଦନ କରିଥିବା ବେଳେ ୫ ଅସଂଗଠିତ ଶ୍ରମିକଙ୍କୁ ପଞ୍ଜିକୃତ କରାଯିବା ସହିତ ୫୦ଗାଇଗୋରୁ ଙ୍କୁ ଟୀକା ଦିଆଯାଇଥିଲା । ଏଥି ସହିତ ଡିଡିୟୁଜିକେୱଇ -୫ଜଣ,ବ୍ୟାଙ୍କ୍ ସଂଯୋଗିକରଣ – ୧ଜଣ, କେ ସି ସି ଡାଏରୀ- ୧ ଏମଇସିଜି-୪ଜଣଙ୍କୁ ସାମିଲ କରାଯାଇଥିଲା । ଏହି ସରକାରୀ କାର୍ଯ୍ୟକ୍ରମରେ ପଟ୍ଟାମୁଣ୍ଡାଇ ତହସିଲଦାର ଦିଲ୍ଲୀପ ସେଠୀ, ପଂଚାୟତ ନିର୍ବାହୀ ଅଧିକାରୀ ସଂଜୀବ ବେହେରା, ମିଶନଶକ୍ତି ସଂଯୋଜକ ପ୍ରଭୁ ଧବଳେଶ୍ୱର ବରାଳ, ଜୀବିକା ମିଶନ ସଂଯୋଜିକା ସୁଶ୍ରୀ ସଂଗୀତା ଭୂୟାଁ ବ୍ଲକ ଉଦ୍ୟାନ ଅଧିକାରୀ, ବ୍ଲକ ପଶୁସମ୍ପଦ ଅଧିକାରୀ ପ୍ରମୁଖ ବ୍ଲକ ସ୍ତରୀୟ ପ୍ରଶାସନିକ ଅଧିକାରୀମାନେ ଯୋଗ ଦେଇ ଜନସାଧାରଣଙ୍କ ଆପତିି ଅଭିଯୋଗ ଶୁଣିଥିଲେ । ଏହି ପଲ୍ଲୀ ପ୍ରଶାସନ କାର୍ଯ୍ୟକ୍ରମରେ ଆଗତ ସମସ୍ତ ଅଭିଯୋଗ ଉପରେ ଉଚିତ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରଶାସନ ପକ୍ଷରୁ ପ୍ରତିଶୃତି ଦିଆଯାଇଛି ।

