ଉତ୍ତରାଖଣ୍ଡରେ ବସ ଦୁର୍ଘଟଣା, ୭ ତୀର୍ଥଯାତ୍ରୀ ମୃତ, ୨୭ ଆହତ


ଉତ୍ତରକାଶୀ : ଉତ୍ତରାଖଣ୍ଡର ଉତ୍ତରକାଶୀରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଉତ୍ତରକାଶୀର ଗଙ୍ଗୋତ୍ରୀ ଜାତୀୟ ରାଜପଥର ଗଙ୍ଗନାନୀ ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ବସରେ ୩୫ ଜଣ ତୀର୍ଥଯାତ୍ରୀ ଥିବାବେଳେ ସେମାନଙ୍କ ମଧ୍ୟରୁ ୭ ଜଣ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି । ଏହି ଦୁର୍ଘଟଣାରେ ୨୭ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଏହି ସମସ୍ତ ଯାତ୍ରୀ ଗୁଜରାଟର ବୋଲି କୁହାଯାଉଛି । ମିଳିଥିବା ସୂଚନା ଅନୁଯାୟୀ, ତୀର୍ଥଯାତ୍ରୀ ଭର୍ତ୍ତି ଏହି ବସ୍ ଗଙ୍ଗୋତ୍ରୀରୁ ଫେରୁଥିବା ବେଳେ ବାଟରେ ଥିବା ଏକ ପାହାଡ଼ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଘଟଣା ସମ୍ପର୍କରେ ଖବର ପାଇବା ପରେ ପ୍ରଶାସନ ଓ ପୋଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଦୁର୍ଘଟଣା ପରେ ଏସଡିଆରଏଫ ଓ ଏନଡିଆରଏଫ ଟିମ୍ ଘଟଣାସ୍ଥଳରେ ପହଞ୍ଚି ବସରେ ଫସି ରହିଥିବା ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ । ଏହି ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୭ ଜଣ ଆହତଙ୍କୁ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଇଛି । ଉତ୍ତରକାଶୀ ଗଙ୍ଗୋତ୍ରୀ ଜାତୀୟ ରାଜପଥର ଗଙ୍ଗନାନି ନିକଟରେ ଅପରାହ୍ନ ପ୍ରାୟ ୩ଟା ବେଳେ ଏହି ଅଘଟଣ ଘଟିଛି । ଘଟଣାସ୍ଥଳରେ ପୋଲିସ ଅଧୀକ୍ଷକ ଓ ଜିଲ୍ଲାପାଳ ମଧ୍ୟ ଉପସ୍ଥିତ ଅଛନ୍ତି । ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଏହି ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ।


Discover more from

Subscribe now to keep reading and get access to the full archive.

Continue reading