ଷଣ୍ଢ ସହ ଧକ୍କା ହେଲା ବାଇକ୍‌, ଜଣେ ଗୁରୁତର


କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ-ରାଜନଗର ତଳ ରାସ୍ତା ସଂସାରଫଳ ନିକଟରେ ଷଣ୍ଢ ସହ ବାଇକ୍ ଧକ୍କା ହେବା ଫଳରେ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଆହତ ଯୁବକଙ୍କଙ୍କୁ ସ୍ଥାନୀୟ ବାସିନ୍ଦା ଉଦ୍ଧାର କରି ପ୍ରଥମେ ରାଜନଗର ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରିଥିଲେ । ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କ ଅବସ୍ଥା ସଂକଟାପର୍ଣ୍ଣ ହେବାରୁ ତାଙ୍କୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ଗୁରୁତର ବାଇକ ଆରୋହୀ ଜଣକ ହେଉଛନ୍ତି ପଟ୍ଟାମୁଣ୍ଡାଇ ବ୍ଲକ ଦୋସିଆ ପଞ୍ଚାଯତ ବଉଳାଙ୍ଗ ଗ୍ରାମର ବିକାଶ ଦାସ ବୋଲି ଜଣାପଡିଛି ।


Discover more from

Subscribe now to keep reading and get access to the full archive.

Continue reading