ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ପରଲୋକ


ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ତଥା ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଛି । ଶନିବାର ଦିଲ୍ଲୀ ସ୍ଥିତ ବାସଭବନରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା । ଗୀତା ମେହେଟ୍ଟା ହେଉଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଏକମାତ୍ର କନ୍ୟା । ଗୀତା ମେହେଟ୍ଟାଙ୍କ ସ୍ୱାମୀ ସୋନୀ ମେହେଟ୍ଟାଙ୍କ ୨୦୧୯ରେ ପରଲୋକ ହୋଇଥିଲା । ତାଙ୍କର ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଗତ ୨୦୧୯ ମସିହାରେ କେନ୍ଦ୍ର ସରକାର ତାଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିବାକୁ ଘୋଷଣା କରିଥିଲେ । ମାତ୍ର ତାହାକୁ ପ୍ରତ୍ୟାଖ୍ୟାନ କରି ସେ ଚର୍ଚ୍ଚାକୁ ଆସିଥିଲେ । ସେ ୫ଟି ପୁସ୍ତକ ରଚନା କରିଥିଲେ । ତାଙ୍କ ପୁସ୍ତକ ୨୧ଟି ଭାଷାରେ ଅନୁବାଦିତ ହୋଇଛି ଏବଂ ୟୁରୋପ, ଆମେରିକା ଏବଂ ଭାରତରେ ବେଷ୍ଟସେଲର ତାଲିକାରେ ସ୍ଥାନ ପାଇଛି ।


Next Post

ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ ୯ ଦିନରେ,୧୯୪ ସ୍କୁଲରେ ପାଠପଢ଼ା ଠପ୍

Sat Sep 16 , 2023
ରାଜ୍ୟ ପ୍ରାଥମିକ ଶିକ୍ଷକ ସଂଘ ଆହ୍ବାନ କ୍ରମେ ଆଜି ପଟ୍ଟାମୁଣ୍ଡାଇ ବ୍ଳକ ଓ ପୌରଚଂଳର ସମସ୍ତ ପ୍ରାଥମିକ ଶିକ୍ଷକ ମାନଙ୍କ ଆନ୍ଦୋଳନ ୯ ଦିନରେ ପହଂଚିଛି । ଶିକ୍ଷକ ମାନେ ସମୂହ ଛୁଟି ନେଇ ଚଳିତ ମାସ ୮ ତାରିଖରୁ ଆରମ୍ଭ ହୋଇଥିବା ଧାରଣା ଆଜି ୯ ମ ଦିନରେ ପହଂଚିଛି । ଶହଶହ ଶିକ୍ଷକ ବ୍ଳକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ବର୍ଷାରେ ଓଦା ହୋଇ  ପ୍ରତିବାଦ ଜଣାଇବା […]

KANIKA