କେନ୍ଦ୍ରାପଡାରେ ନୂତନ ଉପଜିଲ୍ଲାପାଳଙ୍କ ଯୋଗଦାନ


କେନ୍ଦ୍ରାପଡ଼ାର ନୂତନ ଉପଜିଲ୍ଲାପାଳ ଭାବେ ବରିଷ୍ଠ ପ୍ରଶାସନିକ ଅଧିକାରୀ ରବିନ୍ଦ୍ର କୁମାର ପ୍ରଧାନ (ଓ.ପ୍ର.ସେ.-ଏସ୍‌) ଆଜି ପୂର୍ବାହ୍ନରେ ଯୋଗଦେଇଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବା ସହ ସେ କାର୍ଯ୍ୟରେ ଯୋଗ ଦେଇଛନ୍ତି । ଶ୍ରୀ ପ୍ରଧାନ ପୂର୍ବରୁ ପୁରୀର ଅତିରିକ୍ତ ଉପ-ଜିଲ୍ଲାପାଳ ଭାବେ କାର୍ଯ୍ୟ କରି ବେଶ ସୁନାମ ଅର୍ଜନ କରିଥିବା ବେଳେ ପୂର୍ବରୁ ତହସିଲଦାର ପୁରୀ ଓ କଣାସ ବିଡିଓ ଭାବେ କାର୍ଯ୍ୟ କରିଛନ୍ତି । କେନ୍ଦ୍ରାପଡାରେ ସେ ନିଷ୍ଠାପର ଭାବେ ଲୋକଙ୍କ ମଙ୍ଗଳ ପାଇଁ କାର୍ଯ୍ୟ କରିବେ ବୋଲି କହିଛନ୍ତି । ସୂଚନାଯୋଗ୍ୟ ଯେ ପୂର୍ବତନ ଉପଜିଲ୍ଲାପାଳ ନିରଞ୍ଜନ ବେହେରାଙ୍କ ପାରାଦୀପ ଏଡିଏମ ଭାବେ ବଦଳି ପରେ ତାଙ୍କ ସ୍ଥାନରେ ଯୋଗଦେଇଛନ୍ତି ନୂତନ ଉପଜିଲ୍ଲାପାଳ ଶ୍ରୀ ପ୍ରଧାନ ।


Next Post

କେନ୍ଦ୍ରାପଡ଼ାର ଗଣପର୍ବ ଗଜଲକ୍ଷ୍ମୀ ପୂଜା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ ନିୟମାନୁସାରେ ଡିଜେ ବାଜିବ, କିନ୍ତୁ ଭାଇବ୍ରେଟର୍ ବ୍ୟାନ୍‌: ଶାନ୍ତିପୂର୍ଣ୍ଣ ଗଜଲକ୍ଷ୍ମୀ ପୂଜା ପାଳନ ପାଇଁ ସମସ୍ତଙ୍କୁ ସ୍ୱାଗତ

Wed Oct 11 , 2023
କେନ୍ଦ୍ରାପଡ଼ାର ଗଣପର୍ବ ଗଜଲକ୍ଷ୍ମୀ ପୂଜା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ କେନ୍ଦ୍ରାପଡ଼ା ପୌରପାଳିକା ଟାଉନ୍‌ହଲ୍ ପରିସରରେ ଜିଲ୍ଲାପାଳ ଅମ୍ରିତ୍ ଋତୁରାଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଆରକ୍ଷୀ ଅଧୀକ୍ଷକ ସନ୍ଦୀପ୍ ସମ୍ପଦ ମଡ୍‌କର, ଅତରିକ୍ତ ଜିଲ୍ଲାପାଳ( ରାଜସ୍ୱ) ନିଲୁ ମହାପାତ୍ର, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଜଳନ୍ଧର ଜାଲି, ଉପଜିଲ୍ଲାପାଳ ରବୀନ୍ଦ୍ର କୁମାର ପ୍ରଧାନ, ଉପଆରକ୍ଷୀ ଅଧୀକ୍ଷକ ଧୀରେନ୍ଦ୍ର କୁମାର ମଲ୍ଲିକ, କେନ୍ଦ୍ରାପଡ଼ା ତହସିଲ୍‌ଦାର ଅଞ୍ଜଳୀ ତରାଇ, […]

You May Like