ମା’ଦଶଭୁଜାଙ୍କ ପୂଜା ଭିଜିବ କି ବର୍ଷାରେ


କେନ୍ଦ୍ରାପଡା ଜିଲ୍ଲା ପଟ୍ଟମୁଣ୍ଡାଇରେ ଧୁମଧାମରେ ପାଳନ ହେବାକୁ ଯାଉଛି ଦୁର୍ଗାପୂଜା । ଏଥିପାଇଁ ସହରର ସମସ୍ତ ପୂଜା ମଣ୍ଡପରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । କେଉଁଠି ରଙ୍ଗ କାମ ସରିବା ପରେ ମାଆଙ୍କୁ ପୋଷାକ ଓ ଆଭୂଷଣ ପିନ୍ଧାଇ ସାରିଲେଣି ତ କେଉଁଠି ତୋରଣ କାମ ସରିଲାଣି । କିନ୍ତୁ ପୂଜାକୁ ଭିଜା ଭିଜା କରିଦେଇପାରେ ବର୍ଷା । ଅକ୍ଟୋବର ୨୦ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏହାର ପ୍ରଭାବରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି। ସାରା ରାଜ୍ୟରେ ଏବେ ପାଗ ମୁଖ୍ୟତଃ ଶୁଖିଲା ରହିଥିବା ବେଳେ ତାପମାତ୍ରା ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ଉପରେ ରହୁଛି । ତେବେ ପଶ୍ଚିମା ଝଡ ପ୍ରଭାବରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ତେବେ ୨୦ ତାରିଖ ବେଳକୁ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଥିବାରୁ ବର୍ଷାର ପରିମାଣ ବଢିପାରେ । କିନ୍ତୁ ୨୦ ତାରିଖରେ ମହାଷଷ୍ଠୀ,୨୪ରେ ଦଶହରା ଓ ୨୫ରେ ଭସାଣ। ଲଘୁଚାପ ସମ୍ଭାବନା ପରେ ପୂଜା ଭିଜା ଭିଜା ନେଇ ଆଶଙ୍କା ବଢିଯାଇଛି।

ଅନ୍ୟପକ୍ଷରେ ଲଘୁଚାପଟିର କେନ୍ଦ୍ରସ୍ଥଳ ଏବଂ ତାହାର ଗତି କୁଆଡେ ହେବ ସେ ନେଇ ବର୍ତ୍ତମାନ ସ୍ପଷ୍ଟ ସୂଚନା ମିଳିନାହିଁ । ଯଦି ତାହା କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇ ଦକ୍ଷିଣ ଓଡ଼ିଶା-ଆନ୍ଧ୍ର ପ୍ରଦେଶ ମୁହାଁ ହେବ ତେବେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଏବଂ ସଂଲଗ୍ନ ଜିଲ୍ଲାରେ ବର୍ଷା ହୋଇପାରେ । ଯଦି ତାହା ପଶ୍ଚିମବଙ୍ଗ–ବାଂଲାଦେଶ ମୁହାଁ ହୁଏ ତେବେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି ।


Discover more from

Subscribe now to keep reading and get access to the full archive.

Continue reading