ବାତ୍ୟା ‘ହାମୁନ’ ପ୍ରଭାବରେ କେନ୍ଦ୍ରପଡା ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା


ଶାରଦୀୟ ପୂଜା ସମୟରେ ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟା ‘ହାମୁନ’ ପ୍ରଭାବରେ କେନ୍ଦ୍ରପଡା ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେଉଛି। ପଶ୍ଚିମକେନ୍ଦ୍ର ବଙ୍ଗୋପସାଗରରେ ସୃଷ୍ଟି ଏହି ବାତ୍ୟା ହୋଇଥିବା ବେଳେ ଆଗାମୀ ୧୨ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବା ଆଶଙ୍କା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପରବର୍ତୀ ସମୟରେ ଏହା ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରି ୨୫ ତାରିଖରେ ବାଂଲାଦେଶ ଖେପୁପରା ଓ ଚିଟାଗଙ୍ଗ ନିକଟରେ ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରାଯାଇଛି। ବାତ୍ୟାକୁ ଦୃଷ୍ଟିରେ ରଖି ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି। ବାତ୍ୟାର ମୁକାବିଲା ପାଇଁ ପୌର ନିର୍ଦ୍ଦେଶକ ସମସ୍ତ ପୌରାଞ୍ଚଳ ପ୍ରଶାସକଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ପ୍ରଭାବିତ ହେବାକୁ ଥିବା ଅଞ୍ଚଳରେ ମୁକାବିଲା ପାଇଁ ମାନବ ସମ୍ବଳ ସୁଦୃଢ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତଳି ଅଞ୍ଚଳରେ ବର୍ଷା ଜଳ ଯେପରି ଜମି ନରହେ ସେଥିପାଇଁ ପ୍ରସ୍ତୁତ ହୋଇରହିବାକୁ ପୌରାଞ୍ଚଳ ପ୍ରଶାସନକୁ ନିର୍ଦେଶ ଦିଆଯାଇଛି।ସେହିପରି ଜିଲ୍ଲା ପ୍ରଶାସନ ସହ ନିରନ୍ତର ସମ୍ପର୍କରେ ରହିବାକୁ କୁହାଯାଇଛି। ଆବଶ୍ୟକ ପଡ଼ିଲେ କର୍ମଚାରୀଙ୍କ ଛୁଟି ବାତିଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପାରାଦୀପ, ଚାନ୍ଦବାଲି ଓ ବାଲେଶ୍ବର ବାତ୍ୟା ଦ୍ବାରା ବେଶୀ ପ୍ରଭାବିତ ହେବ ବୋଲି ଆଶଙ୍କା ଥିବାରୁ ଏଥିପାଇଁ ସତର୍କ ରହିବାକୁ ସମସ୍ତଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରାପଡ଼ା, ଭଦ୍ରକ ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।


Discover more from

Subscribe now to keep reading and get access to the full archive.

Continue reading