
କେନ୍ଦ୍ରାପଡ଼ା ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ କର୍ମ କ୍ଷେତ୍ରରେ ମହିଳାମାନଙ୍କ ଉପରେ ହେଉଥିବା ଯୌନ ଶୋଷଣ ବିରୋଧରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଆଇନ ସେବା ପ୍ରାଧିକରଣ ସଚିବ ସୁମିତ୍ରା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ କର୍ମଜୀବୀ ମହିଳାମାନଙ୍କ ଉପରେ ହେଉଥିବା ନିର୍ଯାତନାକୁ ବିରୋଧ ପାଇଁ ଥିବା ଆଇନ୍ର ବିଭିନ୍ନ ଦିଗ ଉପରେ ଅତିଥିମାନେ ମତବ୍ୟକ୍ତ କରିଥିଲେ । ଉକ୍ତ ଶିବିରରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଅନୀତା ପଟ୍ଟନାୟକ, ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ ଡା. ପ୍ରମୋଦ ପ୍ରହରାଜ, ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ(ପରିବାର କଲ୍ୟାଣ) ଡା. ସଚ୍ଚିଦାନନ୍ଦ ମିଶ୍ର, ଡା. ଅଶୋକ କର, ମେଡିକାଲ ମ୍ୟାନେଜର, ମେଡିକାଲର ସମସ୍ତ କର୍ମଚାରୀ ମାନେ ଯୋଗ ଦେଇଥିଲେ । ଆଇନ ସେବା ପ୍ରାଧିକରଣର କର୍ମଚାରୀ ଶ୍ରୀକାନ୍ତ ସ୍ୱାଇଁ, ରାକେଶ କଣ୍ଠ, ଶାନ୍ତନୁ ବଳ ଓ ବରଦା ପ୍ରସନ୍ନ ମହାପାତ୍ର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।











