କେନ୍ଦ୍ରାପଡ଼ା ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ କର୍ମ କ୍ଷେତ୍ରରେ ମହିଳାମାନଙ୍କ ଉପରେ ହେଉଥିବା ଯୌନ ଶୋଷଣ ବିରୋଧରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଆଇନ ସେବା ପ୍ରାଧିକରଣ ସଚିବ ସୁମିତ୍ରା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ କର୍ମଜୀବୀ ମହିଳାମାନଙ୍କ ଉପରେ ହେଉଥିବା ନିର୍ଯାତନାକୁ ବିରୋଧ ପାଇଁ ଥିବା ଆଇନ୍ର ବିଭିନ୍ନ ଦିଗ ଉପରେ ଅତିଥିମାନେ ମତବ୍ୟକ୍ତ କରିଥିଲେ । ଉକ୍ତ ଶିବିରରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଅନୀତା ପଟ୍ଟନାୟକ, ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ ଡା. ପ୍ରମୋଦ ପ୍ରହରାଜ, ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ(ପରିବାର କଲ୍ୟାଣ) ଡା. ସଚ୍ଚିଦାନନ୍ଦ ମିଶ୍ର, ଡା. ଅଶୋକ କର, ମେଡିକାଲ ମ୍ୟାନେଜର, ମେଡିକାଲର ସମସ୍ତ କର୍ମଚାରୀ ମାନେ ଯୋଗ ଦେଇଥିଲେ । ଆଇନ ସେବା ପ୍ରାଧିକରଣର କର୍ମଚାରୀ ଶ୍ରୀକାନ୍ତ ସ୍ୱାଇଁ, ରାକେଶ କଣ୍ଠ, ଶାନ୍ତନୁ ବଳ ଓ ବରଦା ପ୍ରସନ୍ନ ମହାପାତ୍ର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।
kanikanews.in
Next Post
ଜିଲ୍ଲା କଂଗ୍ରେସ ପକ୍ଷରୁ ଇନ୍ଦିରା ଗାନ୍ଧୀଙ୍କ ୧୦୬ତମ ଜୟନ୍ତୀ ପାଳିତ
Sun Nov 19 , 2023
କେନ୍ଦ୍ରାପଡ଼ା ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତା ଇନ୍ଦିରା ଗାନ୍ଧୀଙ୍କ ୧୦୬ତମ ଜୟନ୍ତୀ କଜଳାସ୍ଥିତ କଂଗ୍ରେସ ଭବନ ପରିସରରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଜିଲ୍ଲା କଂଗ୍ରେସ ଉପସଭାପତି ପ୍ରଫୁଲ୍ଲ କୁମାର ଦାସ, ପୂର୍ବତନ ବିଧାୟକ ଚିନ୍ମୟ ପ୍ରସାଦ ବେହୁରା, ଜିଲ୍ଲା କଂଗ୍ରେସ କୋଷାଧ୍ୟକ୍ଷ ଉମାଶଙ୍କର ଜେନା ପ୍ରମୁଖ ସ୍ୱର୍ଗତା ଗାନ୍ଧୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ପୂର୍ବତନ ବିଧାୟକ […]

You May Like
- 1 year ago
ଜଳଛତ୍ର କାର୍ଯ୍ୟକ୍ରମ
- 4 months ago
ରାଜସ୍ୱ ନିରୀକ୍ଷକଙ୍କୁ ଆକ୍ରମଣ ଅଭିଯୋଗ
- 1 year ago
କଲେଜରୁ ଏସି ଚୋରି ଘଟଣା :ତଦନ୍ତ ଆରମ୍ଭ କଲା ପୋଲିସ