ଜିଲ୍ଲା କଂଗ୍ରେସ ପକ୍ଷରୁ ଇନ୍ଦିରା ଗାନ୍ଧୀଙ୍କ ୧୦୬ତମ ଜୟନ୍ତୀ ପାଳିତ



କେନ୍ଦ୍ରାପଡ଼ା ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତା ଇନ୍ଦିରା ଗାନ୍ଧୀଙ୍କ ୧୦୬ତମ ଜୟନ୍ତୀ କଜଳାସ୍ଥିତ କଂଗ୍ରେସ ଭବନ ପରିସରରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଜିଲ୍ଲା କଂଗ୍ରେସ ଉପସଭାପତି ପ୍ରଫୁଲ୍ଲ କୁମାର ଦାସ, ପୂର୍ବତନ ବିଧାୟକ ଚିନ୍ମୟ ପ୍ରସାଦ ବେହୁରା, ଜିଲ୍ଲା କଂଗ୍ରେସ କୋଷାଧ୍ୟକ୍ଷ ଉମାଶଙ୍କର ଜେନା ପ୍ରମୁଖ ସ୍ୱର୍ଗତା ଗାନ୍ଧୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ପୂର୍ବତନ ବିଧାୟକ ଶ୍ରୀ ବେହେରା ସ୍ୱର୍ଗତା ଗାନ୍ଧୀଙ୍କ ଜୀବନାଦର୍ଶ ଉପରେ ଆଲୋକପାତ କରି ଆଜିର ଯୁବ ସମାଜ ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ପରାମର୍ଶ ଦେଇଥିଲେ ।


Next Post

ଜିଲ୍ଲା ବୋଇତବନ୍ଦାଣ ସମିତିର ଜିଲ୍ଲା ସ୍ତରୀୟ ପ୍ରତିଯୋଗୀ ସମାବେଶ

Sun Nov 19 , 2023
ରାଜ୍ୟର ପୁରାତନ ସାସ୍କୃତିକ ଅନୁଷ୍ଠାନ କେନ୍ଦ୍ରାପଡ଼ା ଜିଲ୍ଲା ବୋଇତ ବନ୍ଦାଣ ସମିତି କେନ୍ଦ୍ରାପଡାର ୫୫ତମ ବୋଇତ ବନ୍ଦାଣ ଉତ୍ସବର ଅବ୍ୟବହିତ ପୂର୍ବରୁ ଆଜି ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ତୁଳସୀ ମହିଳା ମହାବିଦ୍ୟାଳୟ ପରିସରରେ ବିଭିନ୍ନ ବିଭାଗରେ ୪ଶହରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀଙ୍କୁ ନେଇ ଏକ ଜିଲ୍ଲା ସ୍ତରୀୟ ପ୍ରତିଯୋଗୀ ସମାବେଶ ଅନୁଷ୍ଠିତ ହୋଇଥିଲା । ସମିତିର ସ୍ଥାୟୀ ମୁଖ୍ୟ ଉପଦେଷ୍ଟା ପ୍ରଦୀପ କୁମାର ମହାନ୍ତିଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ […]

KANIKA