
ଆସନ୍ତା ଫେବୃୟାରୀ ୨୦ ତାରିଖ ଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ବୋର୍ଡ ପକ୍ଷରୁ ମିଳିଥିବା ସୂଚନା ଜଣାପଡିଛି । ପ୍ରକାଶ ପାଇଥିବା ସୂଚୀ ଅନୁଯାୟୀ ୨୦ରେ ଓଡ଼ିଆ, ୨୩ରେ ଇଂରାଜୀ, ୨୬ରେ ଗଣିତ, ୨୮ରେ ହିନ୍ଦୀ/ସଂସ୍କୃତ, ମାର୍ଚ୍ଚ ୨ରେ ବିଜ୍ଞାନ, ୪ରେ ସାମାଜିକ ବିଜ୍ଞାନ ପରୀକ୍ଷା ଅନୁଷ୍ଠିତ ହେବ।ଆଗାମୀ ଦଶମ ପରୀକ୍ଷାରେ ରାଜ୍ୟବ୍ୟାପୀ ୨୯୯୧ କେନ୍ଦ୍ରରେ ମୋଟ ୫ ଲକ୍ଷ ୫୧ ହଜାର ୬୧୧ ପିଲା ପରୀକ୍ଷା ଦେବେ। ପରୀକ୍ଷା ଶେଷ ପରେ ମାର୍ଚ୍ଚ ୧୫ରୁ ମାଟ୍ରିକ ଖାତା ଦେଖା ଆରମ୍ଭ ହେବା ନେଇ ବୋର୍ଡ ସଭାପତି ସୂଚନା ଦେଇଛନ୍ତି।











