ଏମ ଏନ ହାଇସ୍କୁଲରେ ପ୍ରଧାନଶିକ୍ଷକ ସମ୍ମିଳନୀ



କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଏମ ଏନ ହାଇସ୍କୁଲରେ ପଟ୍ଟାମୁଣ୍ଡାଇ ବ୍ଲକର ସମସ୍ତ ହାଇସ୍କୁଲର ପ୍ରଧାନଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷାଧିକାରୀ ହରିହର ଦଳାଇଙ୍କ ପୌରହିତ୍ୟରେ ଆୟୋଜିତ ସମ୍ମିଳନୀରେ ବିଭିନ୍ନ ହାଇସ୍କୁଲର ପ୍ରଧାନଶିକ୍ଷକମାନେ ଯୋଗ ଦେଇ ଶିକ୍ଷା ଓ ଶିକ୍ଷକମାନଙ୍କ ବିଭିନ୍ନ ସମସ୍ୟା ସହ ବିଭିନ୍ନ ହାଇସ୍କୁଲ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ । ଏଇ ଅବସରରେ କଷଣ ଅଣ୍ଟା ହାଇସ୍କୁଲର ପ୍ରାକ୍ତନ ନୋଡାଲ ପ୍ରଧାନଶିକ୍ଷକ କବି ସଚିତ୍ର ବେହୁରାଙ୍କୁ ମାନପତ୍ର ଓ ଉପଢୌକନ ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା । ଶେଷରେ ଏମ ଏନ ହାଇସ୍କୁଲ ପ୍ରଧାନ ଶିକ୍ଷକ ଗଗନ ବିହାରୀ ସୂତାର ଧନ୍ୟବାଦ ଦେଇଥିଲେ ।ଏହି ସମ୍ମିଳନୀରେ ପଟ୍ଟାମୁଣ୍ଡାଇ ବ୍ଲକର ବିଭିନ୍ନ ହାଇସ୍କୁଲର ପ୍ରଧାନଶିକ୍ଷକ /ପ୍ରଧାନଶିକ୍ଷୟତ୍ରୀ ଯୋଗ ଦେଇଥିଲେ ।


Discover more from

Subscribe now to keep reading and get access to the full archive.

Continue reading