କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡ଼ପଡା ପଂଚାୟତର ପୂର୍ବତନ ସମିତି ସଭ୍ୟ କଲ୍ୟାଣ କୁମାର ସ୍ୱାଇଁଙ୍କ ହୃଦଘାତରେ ପରଲୋକ ହୋଇଯାଇଛି । ମୃତ୍ୟୁବେଳକୁ ତାଙ୍କୁ ୫୨ବର୍ଷ ବୟସ ହୋଇଥିଲା । ସେ ଜଣେ ମିଷ୍ଠଭାଷୀ ପରୋପକାରୀ ବ୍ୟକ୍ତି ଭାବେ ସାଧାରଣରେ ପରିଚିତ ଥିଲେ । ବଡ଼ପଡା ପଂଚାୟତ ବିକାଶରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ । ତାଙ୍କ ମରଶରୀରକୁ ପଟ୍ଟାମୁଣ୍ଡାଇ ରୁ ଏକ ଶୋଭାଯାତ୍ରାରେ ବଡପଡା ଗ୍ରାମକୁ ନିଆଯାଇଥିଲା । ରାଜନଗର ବିଧାୟକ ଧ୍ରୁବ ସାହୁ, ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ, ପୌର ପରିଷଦ ଅଧକ୍ଷ ହେମନ୍ତ ସାହୁ, ବ୍ଲକ ବିଜେଡି ସଭାପତି କିଶୋର ସାହୁ,ନଗର ବିଜେଡି ସଭାପତି ବୁଢ଼ା ଲେଙ୍କା, ଜିଲ୍ଲା ପରିଷଦ ସଦସ୍ୟ ରଞ୍ଜନ ବିଶ୍ୱାଳ ବ୍ଲକ ଯୁବବିଜେଡି ସଭାପତି କୈଳାଶ ସିଂହ ପ୍ରମୁଖ ତାଙ୍କ ଶବାଧାରରେ ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ସେହିପରି ପୂର୍ବତନ ବିଧାୟକ କିଶୋର ତରାଇ, ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି, ଡ଼ ଅଲେଖ କୁମାର ଜେନା,ପଟ୍ଟାମୁଣ୍ଡାଇ ବ୍ଲକ ପ୍ରାକ୍ତନ ଅଧକ୍ଷ ନିଶିକାନ୍ତ ପ୍ରଧାନ, ଜିଲ୍ଲା ଓବିସି ଅଧକ୍ଷ ମଳୟ ଦାସ, ବ୍ଲକ କଂଗ୍ରେସ ସଭାପତି ନିମାଇ କର ଓ ନଗର କଂଗ୍ରେସ ସଭାପତି ଅମୁଲ୍ୟ ପ୍ରଧାନ ପ୍ରମୁଖ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ବଡପଡା ଗାଁ ସ୍ମଶାନରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା । ପୁତ୍ର ଗୁଡ଼ୁ ସ୍ୱାଇଁ ମୁଖାଗ୍ନି ଦେଇଥିଲେ । ତାଙ୍କ ବିୟୋଗରେ ପଟ୍ଟାମୁଣ୍ଡାଇ ଅଂଚଳରେ ଶୋକର ଛାୟା ଖେଳିଯାଇଛି ।











