ଶ୍ରୀରାମଲାଲଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଳିତ


କେନ୍ଦ୍ରାପଡ଼ା,୨୨ା୧: ଅଯୋଧ୍ୟାରେ ରାମଲାଲଙ୍କ ମନ୍ଦିର ପ୍ରତିଷ୍ଠା ଅବସରରେ ସାମାଜିକ ସଂଗଠନ ‘ଜୟରାଷ୍ଟ୍ର’ ପକ୍ଷରୁ ବିଭିନ୍ନ ଅଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଭାତରେ ପାଣ୍ଡିରି ଲକ୍ଷ୍ମୀ ନାରାୟଣ ମନ୍ଦିର, କନ୍ତେଇ ଠାକୁରାଣୀ ଓ ବିରସ୍ୱତୀ ଗ୍ରାମରେ ନଗର ସଂକୀର୍ତ୍ତନ କରାଯାଇଥିଲା । ପରେ ପରେ ରାଆଁଳୋ ଗ୍ରାମରେ ଗୋପୂଜା ଅନୁଷ୍ଠିତ ହୋଇଥିଲା । ପୂର୍ବାହ୍ନରେ ଗୋପ ରାମ ମନ୍ଦିରରେ ପୂଜାର୍ଚ୍ଚନା କରାଯିବା ସହ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପରେ କୋରୋ ପଞ୍ଚାୟତର ପାଳକଣା ରାମ ମନ୍ଦିରରୁ ଏକ ସୁସଜ୍ଜିତ ରାମରଥ ବାହାରି ବିଭିନ୍ନ ଅଞ୍ଚଳ ପରିକ୍ରମା କରିଥିଲା । ସନ୍ଧ୍ୟାରେ କୋରୋ ଶ୍ରୀଜଗନ୍ନାଥ ମନ୍ଦିରରେ ହୋମଯଜ୍ଞ, ପୂଜାର୍ଚ୍ଚନା, ହନୁମାନ ଚାଳିଶା ପାଠ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବହୁସଂଖ୍ୟାରେ ଭକ୍ତ ଓ ଶ୍ରଦ୍ଧାଳୁମାନେ ଅଂଶଗ୍ରହଣ କରି ବିଭୁକୃପା ଲାଭ କରିଥିଲେ ।


Next Post

ଶ୍ରୀରାମଲାଲଙ୍କ ମନ୍ଦିର ପ୍ରତିଷ୍ଠା ଅବସରରେ କିନ୍ନରଙ୍କ ଶୋଭାଯାତ୍ରା

Mon Jan 22 , 2024
କେନ୍ଦ୍ରାପଡ଼ା,୨୨ା୧: ଅଯୋଧ୍ୟାରେ ରାମଲାଲଙ୍କ ମନ୍ଦିର ପ୍ରତିଷ୍ଠା ଅବସରରେ କିନ୍ନର ସମାଜ ପକ୍ଷରୁ ଏକ ଶ୍ରୀରାମ ରଥ ଶୋଭାଯାତ୍ରା କେନ୍ଦ୍ରାପଡା ସହରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ କିନ୍ନର ସମାଜ ସଭାପତି ଦେବୀକା ବାରିକଙ୍କ ନେତୃତ୍ୱରେ ଶତାଧିକ କିନ୍ନର ସହରର କଜଳା ନିକଟରୁ ଏକ ଶୋଭାଯାତ୍ରାରେ ବାହାରି ସାନ୍ତସାହି, ପୁରୁଣା ବସଷ୍ଟାଣ୍ଡ ଓ ନୂଆ ବସଷ୍ଟାଣ୍ଡ ଦେଇ ତିନିମୁହାଣି ସ୍ଥିତ ଶ୍ରୀରାମ ମନ୍ଦିର ପରିସରରେ ପହଞ୍ଚିଥିଲେ । ସାରା ସହର […]

You May Like