ଚତୁର୍ଥ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ


କେନ୍ଦ୍ରାପଡ଼ା,୨୭ା୧ : ଫକିରାବାଦ ଲକି ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ କେନ୍ଦ୍ରାପଡା ସରକାରୀ ହାଇସ୍କୁଲ ଖେଳପଡିଆରେ ଚତୁର୍ଥ ବାର୍ଷିକ ସର୍ବ ଭାରତୀୟ ସ୍ତରୀୟ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି-୨୦୨୪ ଫୁଟବଲ ଟୁର୍ଣ୍ଣାମେଣ୍ଟ ଗଣତନ୍ତ୍ର ଦିବସରେ ଉଦଘାଟିତ ହୋଇଯାଇଛି । କ୍ଲବର ସଭାପତି ସଲିମ ଖାନ୍‌ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଫୁଟବଲ ଟୁର୍ଣ୍ଣାମେଣ୍ଟକୁ କେନ୍ଦ୍ରାପଡା ପୈାରାଧ୍ୟକ୍ଷା ସରିତା ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ । ପ୍ରଥମ ଥର ପାଇଁ କେନ୍ଦ୍ରାପଡାରେ ଅନୁଷ୍ଠିତ ଏହି ଜାତୀୟ ସ୍ତରର ଫୁଟବଲ ଟୁର୍ଣ୍ଣାମେଣ୍ଟର ପ୍ରଥମ କ୍ୱାଟର ଫାଇନାଲ ମ୍ୟାଚରେ କଟକର ବିଡାନାସୀ କ୍ଲବ କଲିକତାର ସାର ରୟାଲ୍ସ କ୍ଲବ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଉଭୟ ଦଳ ପ୍ରଥମେ ୧-୧ ଗୋଲ କରି ସମାନ ସ୍ତରରେ ରହିଥିଲେ । ପରେ କଟକର ବିଡାନାସୀ କ୍ଲବ କଲିକତାର ସାର ରୟାଲ୍ସ କ୍ଲବକୁ ୩-୨ ଟ୍ରାଇବ୍ରେକରରେ ହରାଇ ସେମିଫାଇନାଲରେ ପ୍ରବେଶ କରିଛି । ଏହି ଫୁଟବଲ୍ ଟୁର୍ଣ୍ଣାମେଣ୍ଟରେ ରାଜ୍ୟ ତଥା ରାଜ୍ୟ ବାହାରର ବଛା ବଛା ୮ଟି ଟିମ ଅଂଶଗ୍ରହଣ କରିଛନ୍ତି । ଏହି ଫୁଟବଲ ଟୁର୍ଣ୍ଣାମେଣ୍ଟର ଚମ୍ପିୟନ ଦଳକୁ ୨୧ହଜାର ନଗଦ ଅର୍ଥରାଶି ସହିତ ଟ୍ରଫି ଓ ରନର୍ସଅପ ଦଳକୁ ୧୬ହଜାର ନଗଦ ଅର୍ଥରାଶି ସହିତ ଟ୍ରଫି ପ୍ରଦାନ କରାଯିବ । ଏହି କାର୍ଯ୍ୟକ୍ରମରେ କ୍ଲବର କାର୍ଯ୍ୟକାରୀ ସଭାପତି ମହମ୍ମଦ ନିଆଜ(ମତୁ), ଉପସଭାପତି ସେକ ସଫାତୁଲ୍ଲା, ସମିଉଲ୍ଲା ଖାନ(ଜୁମା), ଅକିଲ ଅହେମ୍ମଦ, ସେକ ଫରିଦୁଦ୍ଦିନ, ସେକ ବୁରାନ ଅଲ୍ଲୀ, ସାଧାରଣ ସମ୍ପାଦକ ସେକ ସାହାବୁଲ୍ଲା, ସମ୍ପାଦକ ମୀର ଜରାର୍‌, ଆୟାଜ୍ ମହମ୍ମଦ, ମୀର ୟାସିର, ମୀର ସଲିମ, କଲିମ ଖାନ, କୋଷାଧ୍ୟକ୍ଷ ସେକ ମୁସ୍ତାକ ଓ ମହମ୍ମଦ ଆଝାରୁଦ୍ଦିନ ଏବଂ ଉପଦେଷ୍ଟାମଣ୍ଡଳୀର ସଦସ୍ୟ, ସୟଦ ଅକମଲ ଅଲ୍ଲୀ,ସୟଦ ଅବଦୁଲ ସତ୍ତାର ପ୍ରମୁଖ ମଞ୍ଚାସୀନ ଥିଲେ । ଅନ୍ୟମାନଙ୍କ ମଧ୍ୟରେ ମୀର ଆବୁ ଓବେଦା, ମୀର ବକାଉଲ୍ଲା, ମୀର ଫାରୁକ, ମହମ୍ମଦ ଲିଆକତ ଅଲ୍ଲୀ, ସେକ ହାଇଦର ଅଲ୍ଲୀ, ସୟଦ ଏହେସାନ ଅଲ୍ଲୀ, ମୀର ଆବୁସମା, ଜାହିଦ ଖାନଙ୍କ ସମେତ କ୍ଲବର ସମସ୍ତ ସଦସ୍ୟମାନେ ଉପସ୍ଥିତ ରହି ଫୁଟବଲ ମ୍ୟାଚ ପରିଚାଳନାରେ ସହଯୋଗ କରିଥିଲେ । ଆଜିର ଦ୍ୱିତୀୟ କ୍ୱାଟର ଫାଇନାଲ ମ୍ୟାଚକୁ ଡା.ସମୀ ସଲିିମ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ । ଏହି ଦ୍ୱିତୀୟ କ୍ୱାଟର ଫାଇନାଲ ମ୍ୟାଚ୍‌ରେ କେନ୍ଦ୍ରାପଡାର ଚାନ୍ଦ କ୍ଲବ ଢେଙ୍କାନାଳର ପପୁଲାର କ୍ଲବକୁ ୭-୦ ଗୋଲରେ ହରାଇ ସେମିଫାଇନାଲରେ ପ୍ରବେଶ କରିଛି । ଆସନ୍ତା ଫେବୃୟାରୀ ୨ତାରିଖରେ ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ ।


Discover more from

Subscribe now to keep reading and get access to the full archive.

Continue reading