ମୁଖ୍ୟମନ୍ତ୍ରୀ ଶିକ୍ଷା ପୁସ୍କାର ପାଇଲେ ସୁଜାତା ପଲାଇ


କେନ୍ଦ୍ରାପଡ଼ା, ୬ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ତୁଣୁପୁର ସରକାରୀ ଉଚ୍ଚ ବିଦ୍ୟାଳୟର ହିନ୍ଦୀ ଶିକ୍ଷୟିତ୍ରୀ ସୁଜାତା ପଲାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖରୁ ଶିକ୍ଷା ପୁରସ୍କାର ପାଇଛନ୍ତି । ଶ୍ରୀମତୀ ପଲାଇ ଶିକ୍ଷା କ୍ଷେତ୍ରରେ ଅତୁଳନୀୟ ଅବଦାନ ପାଇଁ ୨୦୨୩-୨୪ ଶିକ୍ଷାବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଯୋଗ୍ୟ ବିବେଚିତ ହୋଇ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଶିକ୍ଷା ପୁରସ୍କାର ବିତରଣ ଉତ୍ସବରେ ପୁରସ୍କୃତ କରାଯାଇଥିଲା । ଏହି ପୁରସ୍କାର ପାଇଲା ପରେ ବିଦ୍ୟାଳୟ ପକ୍ଷରୁ ପ୍ରଧାନ ଶିକ୍ଷୟିତ୍ରୀ ନୀଳିମା ସ୍ୱାଇଁଙ୍କ ତତ୍ୱାବଧାନରେ ଶ୍ରୀମତୀ ପଲାଇଙ୍କୁ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ଗର୍ବ ଓ ଗୌରବ ବୋଲି ପ୍ରଧାନ ଶିକ୍ଷୟିତ୍ରୀ ବର୍ଣ୍ଣନା କରିବା ସହିତ ତାଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।


Discover more from

Subscribe now to keep reading and get access to the full archive.

Continue reading