କରିଲୋପାଟଣା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଓଡିଆ ଭାଷା ସାହିତ୍ୟ କାର୍ଯ୍ୟକ୍ରମ ଉଦ୍‌ଯାପିତ

କରିଲୋପାଟଣା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଓଡିଆ ଭାଷା ସାହିତ୍ୟ କାର୍ଯ୍ୟକ୍ରମ ଉଦ୍‌ଯାପିତ

କେନ୍ଦ୍ରାପଡା, ୬ା୨ – କେନ୍ଦ୍ରାପଡା କରିଲୋପାଟଣା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ-ଓ ଓଡିଆ ଭାଷା ସାହିତ୍ୟ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ଅଧ୍ୟକ୍ଷ ହିମାଂଶୁ ଶେଖର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଡଃ ସର୍ବେଶ୍ୱର ସେଣ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ ନିରୋଦ କୁମାର ଦାସ ମୁଖ୍ୟବକ୍ତା, ପ୍ରଫୁଲ୍ଲ କୁମାର ମହାନ୍ତି ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଓଡିଆ ଭାଷା ଉପରେ ଆଲୋଚନା କରିଥିଲେ । ଅତିଥିମାନେ ଓଡିଆ ଜାତିର ପ୍ରାଣକେନ୍ଦ୍ର ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଉପରେ ଆଲୋଚନା କରି ଓଡିଆ ସଂସ୍କୃତି ଜଗନ୍ନାଥ ସଂସ୍କୃତି ବୋଲି ଅଭିବ୍ୟକ୍ତ କରିଥିଲେ । ଏହି ଉତ୍ସବରେ ଡ. ମୋନାଲିସା ନାୟକ ସଂଯୋଜନା କରିଥିବାବେଳେ ହୃଷିକେଶ ବାରିକ ଅତିଥି ପରିଚୟ ପ୍ରଦାନ କରିଥିଲେ । ଶେଷରେ ଅଧ୍ୟାପକ ଡଃ ସରୋଜ କୁମାର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ କବିତା ଲିଖନ, କବିତା ପଠନ, ପ୍ରବନ୍ଧ, ବ୍ୟାକରଣ, ହସ୍ତାକ୍ଷର, କୁଇଜ୍ ଓ ଭଜନ ଗାନ ଉପରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ୭୧ଜଣ ଛାତ୍ରଛାତ୍ରୀ ଭାଗ ନେଇଥିଲେ । କୃତୀ ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ ।