
କେନ୍ଦ୍ରାପଡ଼ା,୮ା୨ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଂସାର ପଞ୍ଚାୟତର ଫୋରଡ ଉନ୍ନିତ ଉଚ୍ଚପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଓ ପୁରସ୍କାର ବିତରଣ ଉତ୍ସବ ଉଦଯାପିତ ହୋଇଯାଇଛି । ଏହି ଉପଲକ୍ଷେ ପ୍ରଧାନ ଶିକ୍ଷକ କୈଳାସ ଚନ୍ଦ୍ର ରାଉତଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ମଣ୍ଡଳ ଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ଦଳାଇ, ଅତିରିକ୍ତ ମଣ୍ଡଳ ଶିକ୍ଷା ଅଧିକାରୀ ହିରଣ୍ୟ ବାରିକ, ପୂର୍ବତନ ଶିକ୍ଷା ପରିଦର୍ଶକ ହେମନ୍ତ କୁମାର ଜେନା, ପୂର୍ବତନ ପ୍ରଧାନ ଶିକ୍ଷକ ଚିତ୍ତରଞ୍ଜନ ଜେନା, ସରପଞ୍ଚ ସରୋଜିନୀ ନାୟକ ପ୍ରମୁଖ ଯୋଗଦେଇ ବିଭିନ୍ନ କ୍ରୀଡା ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରିଥିଲେ । ଏହି ଅବସରରେ ବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ପୂର୍ବତନ ପ୍ରଧାନ ଶିକ୍ଷକ ଚିତ୍ତରଞ୍ଜନ ଜେନାଙ୍କୁ ଏହି ଅବସରରେ ପୁଷ୍ପଗୁଛ ଓ ଉତ୍ତରୀୟ ପ୍ରଦାନ ପୂର୍ବକ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ପୂର୍ବତନ ଶିକ୍ଷା ପରିଦର୍ଶକ ବିଦ୍ୟାଳୟକୁ ୧୦ହଜାର ଟଙ୍କାର ଚେକ୍ ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଶିକ୍ଷକ ଅନିଲ କୁମାର ଦାସ, ଶତୃଘନ ପରିଡା, ପ୍ରମୋଦ କୁମାର ମୁଦୁଲି, ଦୀପକ ବେହେରା, ନିରଞ୍ଜନ ପରିଡା ପ୍ରମୁଖ ଉପସ୍ଥିତ ଥିଲେ ।











