କେନ୍ଦ୍ରାପଡା, ୯/୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଜଜାଙ୍ଗ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ରୀଡା ପ୍ରତିଯୋଗିତା ଓ ବାର୍ଷିକ ଉତ୍ସବ ଆଜି ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପିଲାମାନଙ୍କ ମଧ୍ୟରେ ବିଭିନ୍ନ ବିଭାଗର କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଅପରାହ୍ନରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସବିତା ପଣ୍ଡା ସଭା ପରିଚାଳନା କରିଥିଲେ । କେନ୍ଦ୍ରାପଡା ଅତିରିକ୍ତ ଶିକ୍ଷା ମଣ୍ଡଳ ଅଧିକାରୀ ହିରଣ୍ୟ କୁମାର ବାରିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପିଲାମାନଙ୍କୁ ପାଠପଢି ଭଲ ମଣିଷ ହେବାକୁ ପରାମର୍ଶ ଦେଇଥିଲେ । କେନ୍ଦ୍ରାପଡା ଜିଲ୍ଲା ଓଲଷ୍ଟାର ସମ୍ପାଦକ ଅଶୋକ କୁମାର ସାହୁ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିବା ବେଳେ କପାଳେଶ୍ୱର ଗ୍ରାମ ପଞ୍ଚାୟତର ସରପଞ୍ଚ କଳ୍ପନା ମହାନ୍ତି, କେନ୍ଦ୍ରାପଡା ବ୍ଲକର ଉପାଧ୍ୟକ୍ଷ ପ୍ରତାପ ମହାପାତ୍ର, ସମାଜସେବୀ ରବିନ୍ଦ୍ର କୁମାର ବାରିକ, ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ଶିକ୍ଷକ ନୃସିଂହ ଚରଣ ଭଦ୍ର ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ । ସିଆର୍ସିସି ସ୍ନେହଲତା ପରିଡା ଅତିଥି ପରିଚୟ ପ୍ରଦାନ କରିଥିଲେ । ଅତିଥିମାନଙ୍କ ଦ୍ୱାରା କ୍ରୀଡା ପ୍ରତିଯୋଗିତାରେ କୃତୀତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ଶେଷରେ ଖେଳ ଶିକ୍ଷକ ଶେଖ୍ ରିଜୁଆନ୍ ଧନ୍ୟବାଦ ଅର୍ପଣ କରିଥିଲେ । ପ୍ରମଦା ବିଶ୍ୱାଳ, ସଂଯୁକ୍ତା ପ୍ରଧାନ, ମାନସୀ ସିଂହ, ଅଭିଜିତ୍ ଥାଟୋଇ, ବଳରାମ ବେହେରା, ପୁଷ୍ପମିତ୍ର ନାୟକ ପ୍ରମୁଖ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । କୁନି କୁନି ପିଲାମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
kanikanews.in
Next Post
ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ
Fri Feb 9 , 2024
କେନ୍ଦ୍ରାପଡା, ୯/୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ତରାଣ୍ଡୋ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଆଜି ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାଜକିଶୋର ବିଶ୍ୱାଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ସଭାପତି ଗୀତାଞ୍ଜଳି ସେଠୀ, ମୁଖ୍ୟବକ୍ତା ଜିଲ୍ଲା ପରିଷଦ ସଦସ୍ୟ ମଧୁଛନ୍ଦା ମହାନ୍ତି, ସମ୍ମାନୀତ ଅତିଥି ବାରୋ ଗ୍ରାମ ପଞ୍ଚାୟତ ସରପଞ୍ଚ ଗୋପୀନାଥ ମଳିକ, ସମିତି ସଭ୍ୟା ସସ୍ମିତା ପଲାଇ, […]

You May Like
- 2 years ago
ପଟ୍ଟାମୁଣ୍ଡାଇ କଲେଜରେ ରକ୍ତଦାନ ଶିବିର
- 1 year ago
ପଂଚମ ଶ୍ରେଣୀ ଛାତ୍ରୀଙ୍କୁ ଅସାଦଆଚରଣ ଅଭିଯୋଗ
- 10 months ago
କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪ ଉଦ୍ଯାପିତ