ଭୁବନେଶ୍ୱର,୧୨ା୨: ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଥିଲା ରାଜ୍ୟ କ୍ୟାବିନେଟ୍ ବୈଠକ । ଏହି ବୈଠକରେ ୧୪ଟି ବିଭାଗର ୨୭ଟି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର ବାଜିଛି । ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ବଡ ଘୋଷଣା କରାଯାଇଛି । ଖାଦ୍ୟ ସୁରକ୍ଷା ଯୋଜନାରେ ପ୍ରତି ପରିବାରକୁ ମିଳିବ ୧ ହଜାର ଟଙ୍କା । ପରିବାର ପିଛା ୧ ହଜାର ଟଙ୍କା ଓ ୨ଟି ଝୋଟ ବ୍ୟାଗ୍ ମିଳିବ । ଅତ୍ୟାବଶ୍ୟକ ସାମଗ୍ରୀ କ୍ରୟ କରିବାକୁ ମିଳିବ ଏହି ଟଙ୍କା ଓ ବ୍ୟାଗ୍ । ରାଜ୍ୟର ୯୫ ଲକ୍ଷ ୯୦ ହଜାର ହିତାଧିକାରୀ ଉପକୃତ ହେବେ । ଯୋଜନାରେ ରାଜ୍ୟ ସରକାର ୯୫୯.୫ କୋଟି ଖର୍ଚ୍ଚ କରିବେ । ଯୁବବର୍ଗଙ୍କ ଲାଗି ସ୍ୱୟଂ ଯୋଜନାକୁ କ୍ୟାବିନେଟ ମଞ୍ଜୁରି ମିଳିଛି । ଗ୍ରାମୀଣ ଛାତ୍ର ଓ ଯୁବକଙ୍କ ଲାଗି ସୁଧ ମୁକ୍ତ ବ୍ୟାଙ୍କ ଋଣ ପ୍ରଦାନ କରାଯିବ । ୧ ଲକ୍ଷ ଟଙ୍କା ସୁଧମୁକ୍ତ ଋଣ ମିଳିବ । ୧୮ରୁ ୩୫ ବର୍ଷ ବୟସ ସୀମା ରହିଛି । ଋଣ ଶୁଝିବା ଅବଧି ୪ ବର୍ଷ ରହିବ । ଏଥିପାଇଁ ୪୪୮ କୋଟି ଟଙ୍କା ବ୍ୟୟବରାଦ ରହିଛି । ସହରାଞ୍ଚଳ ଯୁବକଯୁବତୀ ଲାଗି ଯୁବ ଉଦ୍ୟମ ସହରୀଯୋଜନା । ରାଜ୍ୟର ସହରାଞ୍ଚଳ ଯୁବକଯୁବତୀଙ୍କ ସୁଧମୁକ୍ତ ଋଣ ପ୍ରଦାନ କରାଯିବ । ଏସ୍ସି/ଏସ୍ଟି ଓ ଦିବ୍ୟାଙ୍ଗଙ୍କ କ୍ଷେତ୍ରରେ ସର୍ବାଧିକ ବୟସ ସୀମା ୪୦ ବର୍ଷ ରହିଛି । ଜମିଜମା ସଂକ୍ରାନ୍ତରେ ମୁଖ୍ୟମନ୍ତ୍ରୀ ୬ଟି ନିଷ୍ପତ୍ତି ନେଇଛନ୍ତି । ଜମି ସେଟଲମେଣ୍ଟ ଆଇନରେ ସଂଶୋଧନ ହୋଇଛି । ଅଗ୍ରଗ୍ରାମୀ ଅଘରିଆ ସମାଜକୁ ମଗଣା ଜମି । ଗଣ୍ଡ ଭବନ ପାଇଁ ଭୁବନେଶ୍ୱରରରେ ମାଗଣା ଜମି ପ୍ରଦାନ କରିବେ ରାଜ୍ୟସରକାର । ଭୀମଭୋଇ ଅଲେଖ ଟ୍ରଷ୍ଟକୁ ମଧ୍ୟ ମାଗଣା ଜମି ଯୋଗାଇବେ ରାଜ୍ୟ ସରକାର । ଭୁବନେଶ୍ୱର ୨ଟି ମସଜିଦ ପାଇଁ ମାଗଣା ଜମି ପ୍ରଦାନ କରିବେ ରାଜ୍ୟ ସରକାର । ରିଜର୍ଭ ପୁଲିସ ଲାଇନ ମସଜିଦକୁ ମାଗଣା ଜମି ମିଳିବ ସେହିପରି କ୍ୟାପିଟାଲ ମସଜିଦ କମିଟିକୁ ମଧ୍ୟ ମାଗଣା ଜମି ପ୍ରଦାନ କରାଯିବ ବୋଲି କ୍ୟବିନେଟର ଆଜି ନିଷ୍ପତ୍ତି ନିଆଯାଇଛି । ମେହେର ସମାଜକୁ ଭୁବନେଶ୍ୱରରେ ମାଗଣା ଜମି ପ୍ରଦାନ କରାଯିବ । ନିର୍ମାଣ ହେବ ସ୍ୱାଭ କବି ଗଙ୍ଗାଧରମ ମେହେର ଭବନ । ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନାକୁ କ୍ୟାବିନେଟ ଆଜି ଅନୁମୋଦନ କରିଛି । ୨୦୨୩-୨୪ ଆର୍ଥୀକ ବର୍ଷରେ ୪୪୮ କୋଟି ଟଙ୍କା କାର୍ଯ୍ୟକାରୀ ହେବ । ଯୋଜନାରେ ୧୧ ହଜାର ମହିଳା ଏସଏଚଜିଙ୍କ ସମେତ ୫୦ ହଜାର ମତ୍ସ୍ୟଜୀବୀ ଉପକୃତ ହେବେ । ମାଆ ସମଲେଶ୍ୱରୀ ମନ୍ଦିରର ଯୋଜନା କାର୍ଯ୍ୟ କାରିତା ବୃଦ୍ଧିକୁ କ୍ୟାବିନେଟ ମୋହର ମାରିଛି । ଏହା ୨୦୨୧-୨୨ରୁ ବଢି ୨୦୨୪-୨୫ ପର୍ଯ୍ୟନ୍ତ ଜାରି ରହିବ । ସେହିପରି ପ୍ରଭୁ ଲିଙ୍ଗରାଜ ମନ୍ଦିରର ସୌନ୍ଦର୍ଯ୍ୟକରଣ ଏକାମ୍ର ପ୍ରକଳ୍ପର ଅବଧି ୨୦୨୪-୨୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ମାଳତି ପ୍ରାକ ବିଦ୍ୟାଳୟ ପରିଧାନ ଯୋଜନାକୁ ୨୦୨୬-୨୭ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏଥିରେ ୩ରୁ ୬ ବର୍ଷ ଶିଶୁ ମାନଙ୍କୁ ପୋଷାକ, ଜୋତା, ମୋଜା ଓ ସ୍ୱିଟର ଦିଆଯାଉଛି । ସେହିପରି ସ୍କୁଲରେ ପ୍ରଚଳିତ ଖୁସି ଯୋଜନାକୁ ଖୁସି ପ୍ଲସକୁ ବିସ୍ତାର କରାଯାଇଛି । ଏହାଦ୍ୱାରା ରାଜ୍ୟର ୩୦ଟି ଜିଲ୍ଲାରେ ସାନିଟାରୀ ନାପକିନକୁ ମାଗଣାରେ ମହାଳାମାନଙ୍କୁ ପ୍ରସବ ଓ ଗର୍ଭପାତ ନିମନ୍ତେ ଯୋଗାଇ ଦିଆଯିବାର ବ୍ୟବସ୍ଥା କରାଯାଇଛି । ବୌଦ୍ଧ ଜିଲ୍ଲାର ବାଉଁଶୁଣୀ ସହ ସୋନପୁର ଜିଲ୍ଲାର ବୀରମହାରାଜପୁରକୁ ସଂଯୋଗ ପାଇଁ ମହାନଦୀ ଉପରେ ଦ୍ୱତୀୟ ଉଚ୍ଚସେତୁ ନିର୍ମାଣ ପାଇଁ କ୍ୟାବିନେଟ ମୋହର ମାରିଛି ।