ତରଡ଼ିପାଳ ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ


କେନ୍ଦ୍ରାପଡା ନିର୍ବାଚନ ମଣ୍ଡଳୀ  ପଟ୍ଟାମୁଣ୍ଡାଇ ବ୍ଲକର ତରଡ଼ିପାଳ ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆମ ଓଡିଶା ନବୀନ ଓଡିଶା ଯୋଜନାରେ ତରଡ଼ିପାଳ ପଂଚାୟତ ବିକାଶ ପାଇଁ ବିଭିନ୍ନ ପ୍ରକଳ୍ପ ବାବଦରେ ୫୦ ଲକ୍ଷ ଟଙ୍କା ସରକାରୀ ଅନୁଦାନ ଯୋଗାଇ ଦିଆଯାଇଛି । ଏହି ଅନୁଦାନରେ ଯୁବବିକାଶ କେନ୍ଦ୍ର, ମିଶନଶକ୍ତି ଗୃହ ନିର୍ମାଣ, ଦେବାଦେବୀ ମନ୍ଦିର ଉନ୍ନତିକରଣ, ଗୋଷ୍ଠୀ କେନ୍ଦ୍ର ନିର୍ମାଣ, ସ୍କୁଲ ଗୃହ ଉନ୍ନତିକରଣ ଆଦି ବିଭିନ୍ନ ପ୍ରକଳ୍ପ ହାତକୁ ନିଆଯାଇଛି I ତରଡ଼ିପାଳ ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ସହିତ ରାଜ୍ୟରେ ପଂଚାୟତରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ବିକାଶମୂଳକ ସରକାରୀ ଯୋଜନାର ବାର୍ତା ଘରେ ଘରେ ପହଞ୍ଚାଇବା ପାଇଁ ଏକ ସଭା ଆୟୋଜନ କରାଯାଇଥିଲା  । ତରଡ଼ିପାଳ ପଂଚାୟତ  ସରପଞ୍ଚ ଦେବେନ୍ଦ୍ର ନାୟକଙ୍କ ପୌରହିତ୍ୟରେ ଆୟୋଜିତ ସଭାରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଗ୍ରାମାଞ୍ଚଳ ବିକାଶ ପାଇଁ ଆମ ଓଡିଶା ନବୀନ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ଯୁଗାନ୍ତକାରୀ ପଦକ୍ଷେପ ହୋଇଥିବାରୁ ଏହି ଯୋଜନାରେ ମଂଜୁର ଅର୍ଥ ବିନିଯୋଗ କରି ତରଡ଼ିପାଳ  ପଂଚାୟତକୁ ଏକ ସମୃଦ୍ଧ ସଶକ୍ତ ଓ ବିକଶିତ ପଂଚାୟତରେ ପରିଣତ କରିବା ସହିତ ନବୀନ ସରକାରଙ୍କ ସଫଳତାର ବାର୍ତା ଘରେ ଘରେ ପହଞ୍ଚାଇବା ଦିଗରେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ । କଂଗ୍ରେସ ସରକାର ସମୟରେ ରାଜ୍ୟ ବଜେଟ ୩୭୪କୋଟି ଥିବାବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ବିକାଶଧାରାକୁ ଆଗେଇ ନେବା ପାଇଁ ବଜେଟ ପରିମାଣ ବୃଦ୍ଧି କରି ୨ଲକ୍ଷ ୫୫ହଜାର କୋଟିରେ ପହଞ୍ଚାଇଛନ୍ତି ଯାହା ଏକ ଉଦାହରଣ ସୃଷ୍ଟି କରିଛି ।ଏହି ସଭାରେ ଜିଲ୍ଲା ପରିଷଦ ସଦସ୍ୟା ପ୍ରିୟଦର୍ଶନୀ ତରାଇ ସମିତିସଭ୍ୟ ନିରଞ୍ଜନ ବାରିକ,କନିଷ୍ଠ ଯନ୍ତ୍ରୀ ସିଂଗ୍ଧାରାଣୀ ସାହୁ , ନାୟବ ସରପଞ୍ଚ କନକଲତା ସୂତାର,ପି ଇ ଓ ସ୍ମୃତି ରଞ୍ଜନ ଦାସ ,ଜି ଆର ଏସ  ନାରାୟଣ ଚନ୍ଦ୍ର ଦାଶ ପ୍ରମୁଖ ଯୋଗ ଦେଇ ଆମ ଓଡିଶା ନବୀନ ଓଡିଶା ଲକ୍ଷ୍ୟ ଓ ଆଭିମୁଖ୍ୟ ତଥା ବିଭିନ୍ନ ସରକାରୀ ଯୋଜନା ଉପରେ ଆଲୋକପାତ କରିଥିଲେ । ପ୍ରୋଜେକ୍ଟର ମାଧ୍ୟମରେ ବିଭିନ୍ନ ସରକାରୀ ଯୋଜନା ଓ କାର୍ଯକାରୀ ହୋଇଥିବା ପ୍ରକଳ୍ପ ସମ୍ପର୍କରେ ପ୍ରଦର୍ଶନ  କରାଯାଇଥିଲ । କଳାକାରମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ଜରିଆରେ ସରକାରୀ ଯୋଜନା ସମ୍ପର୍କ ଜନସଚେତନତା ସୃଷ୍ଟି କରିଥିଲେ । ଶେଷରେ ସ୍ମୃତି ରଞ୍ଜନ ଦାସ  ଧନ୍ୟବାଦ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ତରଡ଼ିପାଳ ପଂଚାୟତର ବହୁ ସଂଖ୍ୟକ ମହିଳା ପୁରୁଷ ଓ ଯୁବକ ମାନେ ଯୋଗ ଦେଇଥିଲେ ।


Discover more from

Subscribe now to keep reading and get access to the full archive.

Continue reading