ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର ବିଭାଗୀୟ ଅଧିକାରୀଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ଜ୍ଞାପନ



କେନ୍ଦ୍ରାପଡ଼ା,୨ା୩ : କେନ୍ଦ୍ରାପଡା ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ବିଭାଗୀୟ ଅଧିକାରୀ ଗଣେଶ ଚନ୍ଦ୍ର ରାଉତ କାର୍ଯ୍ୟରୁ ଅବସରଗ୍ରହଣ କରିଥିବାଙ୍କୁ ତାଙ୍କୁ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଅବସର କାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଏହି ଅବସରରେ ଜିଲ୍ଲା ଶିକ୍ଷା ଅଧିକାରୀ ସୁରମା ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟରେ ଅନୁଷ୍ଠିତ ସଭାରେ ଅବସରପ୍ରାପ୍ତ ବିଭାଗୀୟ ଅଧିକାରୀ ଗଣେଶ ଚନ୍ଦ୍ର ରାଉତଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଏହି ଉପଲକ୍ଷେ ଶ୍ରୀ ରାଉତଙ୍କୁ ପୁଷ୍ପଗୁଛ ଓ ଉତ୍ତରୀୟ ପ୍ରଦାନ କରାଯାଇ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ଏହି ସଭାରେ ପ୍ରଧାନଶିକ୍ଷୟିତ୍ରୀ ବୀଣାପାଣି ଦାଶ, ମହାକାଳପଡା ମଣ୍ଡଳ ଶିକ୍ଷା ଅଧିକାରୀ ତନ୍ମୟ କୁମାର ବେହେରା, ବିଜ୍ଞାନ ପରିଦର୍ଶକ ନିଶିଥ କୁମାର ବାରିକ, ଜୟନ୍ତ କୁମାର ପ୍ରଧାନ, ସତ୍ୟବ୍ରତ ପ୍ରଧାନ, ପ୍ରିୟରଞ୍ଜନ ବିଶ୍ୱାଳ, ନିରଞ୍ଜନ ସାହୁ, ବିପିନବିହାରୀ ବିଶ୍ୱାଳ, ବିଭୁତିଭୂଷଣ ପରିଡା, ପ୍ରକାଶ ଚନ୍ଦ୍ର ସ୍ୱାଇଁଙ୍କ ସମେତ ଶିକ୍ଷା ବିଭାଗର ଅନେକ ଶିକ୍ଷକ ଏବଂ କର୍ମଚାରୀମାନେ ଉପସ୍ଥିତ ରହି ବିଭାଗୀୟ ଅଧିକାରୀ ଶ୍ରୀ ରାଉତଙ୍କୁ ତାଙ୍କ କାର୍ଯ୍ୟକାଳରେ ତାଙ୍କ କର୍ତ୍ତବ୍ୟନିଷ୍ଠା, କର୍ମପ୍ରବଣତା, ସୌହାର୍ଦ୍ୟପୂର୍ଣ୍ଣତା ଓ ବ୍ୟକ୍ତିତ୍ୱ ସମ୍ପର୍କରେ ବକ୍ତବ୍ୟ ରଖି ତାଙ୍କ ଅବସରକାଳୀନ ଜୀବନ ସୁସ୍ଥ ଓ ନିରାମୟ ହେଉ ବୋଲି ଶ୍ରୀବଳଦେବଜୀଉଙ୍କ ନିକଟରେ ପ୍ରାର୍ଥନା କରିଥିଲେ ।


Next Post

ଇନ୍ଦୁପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ

Sat Mar 2 , 2024
କେନ୍ଦ୍ରାପଡ଼ା, ୨ା୩: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଇନ୍ଦୁପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପୁରୁଣା ବିଲ୍ଡିଂରେ ଆଜି ଅପରାହ୍ନ ଆକସ୍ମିକ ଅଗ୍ନିକାଣ୍ଡ ଘଟି ସମ୍ପୂର୍ଣ୍ଣ ବିଲ୍ଡିଂଟି ଜଳି ପୋଡି ପାଉଁଶ ହୋଇଯାଇଛି । ଏହି ଅଗ୍ନିକାଣ୍ଡ ଫଳରେ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରାୟ ୧୦ଲକ୍ଷ ଟଙ୍କାର ସମ୍ପତ୍ତି ପୋଡି ନଷ୍ଟ ହୋଇଯାଇଛି । ବିଦ୍ୟୁତ୍ ସର୍ଟ ସର୍କିଟ୍‌ରୁ ଏଭଳି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି । କେନ୍ଦ୍ରାପଡାରୁ ଦୁଇଟି ଅଗ୍ନିଶମ ଗାଡି ସେଠାକୁ ଯାଇ ନିଆଁକୁ ଆୟତ […]