ଫକିରାବାଦ୍ ଉର୍ଦ୍ଦୁ ଉଚ୍ଚପ୍ରାଥମିକ ବିଦ୍ୟାଳୟର ବାର୍ଷିକ ପୁସ୍କାର ବିତରଣୀ ଉତ୍ସବ



କେନ୍ଦ୍ରାପଡ଼ା,୭ା୩: କେନ୍ଦ୍ରାପଡା ପୌରାଞ୍ଚଳ ଅନ୍ତର୍ଗତ ଫକିରାବାଦ ଉର୍ଦ୍ଦୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୨୦ତମ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସେଖ ମନସୁର ଅଲ୍ଲୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡା ମଣ୍ଡଳ ଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ଦଳାଇ, ମୁଖ୍ୟବକ୍ତା ଭାବେ ମାର୍ଶାଘାଇ ସହକାରୀ ମଣ୍ଡଳ ଶିକ୍ଷା ଅଧିକାରୀ ବଳଦେବ ପ୍ରସାଦ ଜେନା, ସମ୍ମାନୀତ ଅତିଥି ଭାବେ ପୂର୍ବତନ କାଉନସିଲର ସେକ ହିବଜୁର ରହେମାନ, ସି.ଆର.ସି.ସି. ବିଭୁ ପ୍ରସାଦ ନାୟକ, ନିମ୍ନ ମାଧ୍ୟମିକ ଶିକ୍ଷକ ସଙ୍ଘର ମଣ୍ଡଳ ସଭାପତି ରାଜେନ୍ଦ୍ର ପ୍ରସାଦ ରାଉତ, ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନର ବରିଷ୍ଠ ଉପଦେଷ୍ଟା ଭ୍ରମର ରାଉତ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ମୀର ସମସ୍ ତବରେଜ, ସେକ ଲିୟାକତ ଅଲ୍ଲୀ ଯୋଗଦେଇ ପିଲାମାନଙ୍କ ମନରେ ଖେଳ ଓ ଶିକ୍ଷା ପ୍ରତି ଆଗ୍ରହ ସୃଷ୍ଟି କରିବା ପାଇଁ ପରାମର୍ଶ ଦେଇଥିଲେ । ମହାନ ସ୍ୱାଧୀନତା ସଂଗ୍ରାମୀ ଦେଶର ପ୍ରଥମ ଶିକ୍ଷାମନ୍ତ୍ରୀ ମୈାଲାନା ଆବୁଲ କାଲାମ ଆଜାଦ୍ ଓ ବିଶିଷ୍ଟ ବୈଜ୍ଞାନିକ, ଦେଶର ପୂର୍ବତନ ରାଷ୍ଟ୍ରପତି ଏ.ପି.ଜେ. ଅବଦୁଲ କାଲାମଙ୍କ ଆଦର୍ଶ ଜୀବନଧାରା ଉପରେ ଆଲୋଚନା କରିଥିଲେ । ଏହି ଅବସରରେ କୃତି ପ୍ରତିଯୋଗୀମାନଙ୍କୁ ପ୍ରମାଣପତ୍ର ସହ ପୁରସ୍କାର ପ୍ରଦାନ କରାଯାଇଥିଲା । ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ୫ମ ଶ୍ରେଣୀର ଛାତ୍ରୀ ପ୍ରିୟଙ୍କା ପ୍ରିୟଦର୍ଶିନୀ ମାଝି ଯୋଗବିଦ୍ୟା ପ୍ରଦର୍ଶନ କରି ପୁରସ୍କୃତ ହୋଇଥିଲେ । ସଭ୍ୟ ସେକ ଲିୟାକତ ଅଲ୍ଲୀ ଧନ୍ୟବାଦ ଅର୍ପଣ କରିଥିଲେ । ଉତ୍ସବ ପରିଚାଳନାରେ ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ସଭ୍ୟ/ସଭ୍ୟା ଓ ଶିକ୍ଷକ/ଶିକ୍ଷୟିତ୍ରୀ ସହଯୋଗ କରିଥିଲେ ।


Next Post

୯ରେ ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ

Fri Mar 8 , 2024
ଚଳିତ ମାସ ୯ ତାରିଖରେ କେନ୍ଦ୍ରାପଡ଼ାରେ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ। କେନ୍ଦ୍ରାପଡ଼ା ସିଭିଲ କୋର୍ଟ ସମେତ ଆଳି, ରାଜନଗର, ପଟ୍ଟାମୁଣ୍ଡାଇ କୋର୍ଟ ପରିସରରେ ଅନୁଷ୍ଠିତ ହେବ ବୋଲି ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ସୂଚନା ଦେଇଛନ୍ତି। ଏଥିରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧୀନ ଓ ପ୍ରାକ ମକଦ୍ଦମା ସ୍ତରୀୟ ଫୌଜଦାରୀ(ସାଲିସ ଯୋଗ୍ୟ), ଚେକ ବାଉନ୍ସ ମାମଲା, ବ୍ୟାଙ୍କ ଋଣ ମାମଲା, ରାଜସ୍ବ […]

KANIKA