କେନ୍ଦ୍ରାପଡା ଅବକାରୀ ଅଧିକ୍ଷକ ନିଲମ୍ବିତ



କେନ୍ଦ୍ରାପଡ଼ା,୨୦ା୪: କେନ୍ଦ୍ରାପଡା ଅବକାରୀ ଅଧିକ୍ଷକ ଦେବୀ ପ୍ରସାଦ ମିଶ୍ରଙ୍କୁ ରାଜ୍ୟ ଅବକାରୀ ବିଭାଗ ନିଲମ୍ବିତ କରିଥିବା ଜଣାପଡିଛି । ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ଏସଙ୍କ୍ରାନ୍ତରେ ପତ୍ର ସଂଖ୍ୟା – ୨୫୬୭ ତା ୧୯.୦୪.୨୦୨୪ରିଖରେ ନିର୍ଦେଶନାମା ପ୍ରକାଶ ପାଇଛି । ଏଠାରେ ସୂଚନା ଯୋଗ୍ୟ ଯେ କେନ୍ଦ୍ରାପଡା ଅବକାରୀ ଅଧିକ୍ଷକ ଶ୍ରୀ ମିଶ୍ର ଲାଞ୍ଚ ମାଗୁଥିବା ଏକ ଅଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ସହିତ ଦେଶୀ ଓ ବିଦେଶୀ ମଦ ଦୋକାନୀଙ୍କୁ ଲାଇସେନ୍ସ ରିନ୍ୟୁଆଲ ନିମନ୍ତେ ଲକ୍ଷାଧିକ ଟଙ୍କା ଲାଞ୍ଚ ମାଗି ତାହା ନମିଳିବାରୁ ସେମାନଙ୍କ ଦୋକାନ ସିଲ କରିଦେଇଥିବା ବିଷୟରେ କେନ୍ଦ୍ରାପଡା ଜିଲ୍ଲାପାଳ ଓ ରାଜ୍ୟ ଅବକାରୀ କମିଶନରଙ୍କ ନିକଟରେ ଅଭିଯୋଗ ହୋଇଥିଲା । ଅଭିଯୋଗ ପାଇବା ପରେ ଅବକାରୀ କମିଶନରଙ୍କ ନିର୍ଦେଶରେ ଘଟଣାର ତଦନ୍ତ ପାଇଁ ଅବକାରୀ ବିଭାଗ ଡେପୁଟୀ କମିଶନର ରାମଚନ୍ଦ୍ର ମିଶ୍ର କେନ୍ଦ୍ରାପଡା ଅବକାରୀ ଅଧିକ୍ଷକଙ୍କ କାର୍ଯ୍ୟାଳୟରେ ପହଞ୍ଚି ବିଭିନ୍ନ କାଗଜପତ୍ର ତନଖି କରିବା ସହ ତାଙ୍କ ତଦନ୍ତ ରିପୋର୍ଟ କମିଶନରଙ୍କୁ ପ୍ରଦାନ କରିଥିଲେ । କମିଶନର ରିପୋର୍ଟ ପାଇବା ପରେ ସେହି ରିପୋର୍ଟକୁ ଅବକାରୀ ବିଭାଗକୁ କେନ୍ଦ୍ରାପଡା ଅବକାରୀ ଅଧିକ୍ଷକ ଶ୍ରୀ ମିଶ୍ରଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ସୁପାରିଶ ସହ ପଠାଇଦେଇଥିଲେ । ରାଜ୍ୟ ଅବକାରୀ ବିଭାଗ କମିଶନରଙ୍କ ଠାରୁ ତଦନ୍ତ ରିପୋର୍ଟ ଏବଂ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ସୁପାରିଶ ପାଇବା ପରେ କେନ୍ଦ୍ରାପଡା ଅବକାରୀ ଅଧିକ୍ଷକ ଶ୍ରୀ ମିଶ୍ରଙ୍କୁ ନିଲମ୍ବିତ କରିବା ସହ ନିଲମ୍ବନ ସମୟରେ ତାଙ୍କ ମୁଖ୍ୟାଳୟ ସମ୍ବଲପୁରସ୍ଥିତ ଉତ୍ତର ଡିଭିଜନର ଅବକାରୀ ଉପ ଅଧିକ୍ଷକଙ୍କ କାର୍ଯ୍ୟାଳୟରେ ସ୍ଥିର କରାଯାଇଛି ।


Discover more from

Subscribe now to keep reading and get access to the full archive.

Continue reading