ଖଡିଅଂଟା ପଂଚାୟତ ବିଜେଡି ବନ୍ଧୁ ମିଳନ ଉତ୍ସବ


କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଖଡିଅଂଟା ପଂଚାୟତରେ ଆଗାମୀ ସାଧାରଣ ନିର୍ବାଚନରେ ଉଭୟ ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କ ବୃହତ ବିଜୟ ପାଇଁ ବିଜେଡି ଦଳ ପକ୍ଷରୁ ମଙ୍ଗଳବାର ଏକ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବ୍ଲକ ବିଜେଡି ସଭାପତି କିଶୋର ସାହୁଙ୍କ ପୌରହିତ୍ୟରେ ଆୟୋଜିତ ଉତ୍ସବରେ ରାଜନଗର ବିଧାୟକ ଧ୍ରୁବ ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସବୁବର୍ଗର ଲୋକଙ୍କ ପାଇଁ ବିଭିନ୍ନ ଜନକଲ୍ୟାଣ ଯୋଜନା ଓ କୋଟି କୋଟି ଟଙ୍କା ବ୍ୟୟରେ ପଟ୍ଟାମୁଣ୍ଡାଇ-ରାଜନଗର ବିକାଶ ପାଇଁ କାର୍ଯ୍ୟକାରୀ ହୋଇଥିବା ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ ସୂଚନା ଦେଇ ଉଭୟ ଲୋକସଭା ଓ ବିଧାନସଭା ବିଜେଡି ପ୍ରାର୍ଥୀଙ୍କୁ ଯୋଡି ଶଙ୍ଖରେ ଭୋଟ ଦେବାକୁ ନିବେଦନ କରିଥିଲେ । ପଟ୍ଟାମୁଣ୍ଡାଇ ବ୍ଲକ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ, ଆଇନଜିବୀ କ୍ଷୀରୋଦ ପ୍ରଧାନ ଓ ବ୍ଲକ ବିଜେଡି ଉପସଭାପତି ସୁବାଷ ଦାଶ ମୁଖ୍ୟବକ୍ତା ଭାବେ ଯୋଗ ଦେଇ ବିଭିନ୍ନ ବର୍ଗ ସମେତ ଆଂଚଳିକ ବିକାଶ ବିଜେଡିର ଏକମାତ୍ର ପରିଚୟ ହୋଇଥିବାରୁ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନରେ ଡବଲ ଶଙ୍ଖରେ ଭୋଟ ଦେଇ କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ଅଂଶୁମାନ ମହାନ୍ତି ଓ ରାଜନଗର ବିଧାୟକ ପ୍ରାର୍ଥୀ ଧ୍ରୁବ ସାହୁଙ୍କୁ ରେକର୍ଡ ବ୍ୟବଧାନରେ ବିଜୟୀ କରିବାକୁ ନିବେଦନ କରିଥିଲେ । ୧୭ନଂ ଜିଲ୍ଲା ପରିଷଦ ସଦସ୍ୟ ରଞ୍ଜନ ବିଶ୍ୱାଳ, ପଂଚାୟତ ବିଜେଡି ସଭାପତି ସଚିକାନ୍ତ ରାଉତ ବରିଷ୍ଠ ନେତା ନିମାଇ କର, ସମ୍ପାଦକ କଳାକର ପ୍ରଧାନ, ବରିଷ୍ଠ ନେତା ବିକ୍ରମ ରାୟ, ଯୁବ ନେତା ନୟନ ଗିରି, ଉତମ ବିଶ୍ୱାଳ ନରେଶ ଜେନା, ଦେବାଶିଷ ମହାନ୍ତି ପ୍ରମୁଖ ଭାଷଣ ଦେଇ ଉଭୟ ଲୋକସଭା ଓ ବିଧାନସଭା ବିଜେଡି ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ଜୟଯୁକ୍ତ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହାତମୁଠାକୁ ଟାଣ କରିବାକୁ ନିବେଦନ କରିଥିଲେ । ଶେଷରେ ସମ୍ପାଦକ କଳାକର ପ୍ରଧାନ ଧନ୍ୟବାଦ ଦେଇଥିଲେ । ଏଥିରେ କଂଗ୍ରେସ ସମେତ ବିଭିନ୍ନ ଦଳର ନେତା ଓ କର୍ମୀଙ୍କୁ ଦଳୀୟ ଉତରୀୟ ପ୍ରଦାନ କରାଯାଇ ବିଜେଡିରେ ସାମିଲ କରାଯାଇଥିଲା ।


Discover more from

Subscribe now to keep reading and get access to the full archive.

Continue reading