ଭୁବନେଶ୍ୱର,୨୧।୬: ରାଜଧାନୀ ଭୁବନେଶ୍ୱର ତମାଣ୍ଡୋ ଥାନା ଅନ୍ତର୍ଗତ ଏକ ଇଞ୍ଜିନିୟରିଂ କଲେଜ ନିକଟରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଆଜି ସକାଳେ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ଜଣେ ଯୁବକ ପଡିଥିବାର ଦେଖି ସ୍ଥାନୀୟ ଲୋକେ ଉଦ୍ଧାର କରି ଡାକ୍ତରଖାନରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତକଙ୍କ ନାଁ ସୁଶାନ୍ତ ଶତପଥୀ ବୋଲି ସୂଚନା ରହିଛି।
Day: 21 June 2024
କେନ୍ଦ୍ରାପଡ଼ା, ୨୦ା୬: ରାଜ୍ୟର ଏକ ପ୍ରମୁଖ ସ୍ୱେଛାସେବୀ ଅନୁଷ୍ଠାନ ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ବିଭିନ୍ନ ସାମାଜିକ କାର୍ଯ୍ୟରେ ଜଡିତ ଥାଏ । ଏହି କ୍ରମରେ କେନ୍ଦ୍ରାପଡା ଜିଲ୍ଲା ମାଟ୍ରିକ ଟପ୍ପର ହୋଇଥିବା ତଥା ଜିଲ୍ଲାରେ ସର୍ବୋଚ ନମ୍ବର ରଖିଥିବା ରାଜକନିକା ଆର.ଏନ.ହାଇସ୍କୁଲର ଛାତ୍ରୀ ସୁଶ୍ରୀ ଅନନ୍ୟା ବାରିକଙ୍କୁ ଆଜି ଓଳାଭର ଠାରେ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି । ସୁଶ୍ରୀ ବାରକଙ୍କୁ ଶାଲ, ପୁଷ୍ପଗୁଛ, […]
କେନ୍ଦ୍ରାପଡ଼ା, ୨୦ା୬: କେନ୍ଦ୍ରାପଡା ଜିଲ୍ଲାର ଆଳି ସମନ୍ୱିତ ଶିଶୁ ବିକାଶ ଯୋଜନା ଅଧିନ ମହୁ ବଜାରଦାଣ୍ଡି ଅଙ୍ଗନୱାଡିକେନ୍ଦ୍ରରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଦୁଷ୍ମନ୍ତ ନାରାୟଣ ଆଚାର୍ଯ୍ୟ କେନ୍ଦ୍ରାପଡା ଉପଜିଲ୍ଲାପାଳଙ୍କ ନିକଟରେ ଆଜି ଅଭିଯୋଗ କରିଛନ୍ତି । ସେହି ଅଭିଯୋଗ ଅନୁଯାୟୀ ସେହି ଅଙ୍ଗନୱାଡିକେନ୍ଦ୍ର ନିମନ୍ତେ ଔଷଧ କିଣାଯାଇଥିବା ନେଇ ମିଥ୍ୟା ବିଲ୍ ପ୍ରସ୍ତୁତ, ପ୍ଲେସ୍କୁଲ ପାଇଁ କିଟ୍ କିଣାଯାଇଥିବା ନେଇ ମିଥ୍ୟାବିଲ୍ ପ୍ରସ୍ତୁତ, ଗାଁ କଲ୍ୟାଣ ଯୋଜନାରେ ମଞ୍ଜୁର […]










