ପ୍ରାକ୍ତନ ଶିକ୍ଷା ପରିଦର୍ଶକ ପ୍ରସନ୍ନ ବିଶ୍ୱାଳଙ୍କୁ ଶ୍ରଦ୍ଧାଞ୍ଜଳି

କେନ୍ଦ୍ରାପଡା,୨୩/୬: ପ୍ରାକ୍ତନ ଶିକ୍ଷା ପରିଦର୍ଶକ ତଥା ମାର୍ଶାଘାଇ ଅଞ୍ଚଳର ଲୋକପ୍ରିୟ ବିଶିଷ୍ଟ ଶିକ୍ଷାବିତ୍ ସ୍ୱର୍ଗତ ପ୍ରସନ୍ନ କୁମାର ବିଶ୍ୱାଳଙ୍କୁ ଜିଲ୍ଲା ଅବସରପ୍ରାପ୍ତ ଶିକ୍ଷା ପରିଦର୍ଶକ ସଂଗଠନ ତରଫରୁ ଶ୍ରଦ୍ଧାଞ୍ଜଳି ସହ ସ୍ମୃତିଅର୍ଘ୍ୟ ଅର୍ପଣ କରାଯାଇଛି । ସ୍ୱର୍ଗତ ବିଶ୍ୱାଳଙ୍କର ଆକସ୍ମିକ ଦୁର୍ଘଟଣା…

କେନ୍ଦ୍ରାପଡା ଅର୍ବାନ କୋ-ଅପରେଟିଭ୍ ବ୍ୟାଙ୍କର ୨୯ତମ ବାର୍ଷିକ ସାଧାରଣ ଅଧିବେଶନ

କେନ୍ଦ୍ରାପଡା,୨୩/୬: କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କର ୨୯ତମ ବାର୍ଷିର୍କ ସାଧାରଣ ସଭା ରବିବାର ଦିନ ଉଦୟନଗର ସ୍ଥିତ ଜିଲ୍ଲା ସଂସ୍କୃତି ଭବନରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ବ୍ୟାଙ୍କର ସଭାପତି ଗୁରୁ ପ୍ରସାଦ ମହାନ୍ତିଙ୍କ ସଭାପତିତ୍ୱରେ ପରିଚାଳନା ପରିଷଦର ଉପସଭାପତି ଡ.…

ଜିଲ୍ଲାସ୍ତରୀୟ ୧୯ତମ କ୍ୟୁରୋଗି ଏବଂ ଅଷ୍ଟମ ପୁମ୍‌ସି ଚାମ୍ପିୟନସିପ୍ ଅନୁଷ୍ଠିତ

କେନ୍ଦ୍ରାପଡା ୨୩/୬- କେନ୍ଦ୍ରାପଡା ଜିଲ୍ଲାସ୍ତରୀୟ ୧୯ତମ କ୍ୟୁରୋଗି ଏବଂ ଅଷ୍ଟମ ପୁମ୍‌ସି ଚାମ୍ପିୟନସିପ୍ ପ୍ରତିଯୋଗିତା କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡା ଜିଲ୍ଲା ତାଇକୋଣ୍ଡ ସଂଘର ସଭାପତି ବିମଳ କୁମାର ପଣ୍ଡାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି ଉତ୍ସବରେ…

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୬ ଗୋରୁ ମୃତ ; ଗୋସମ୍ପଦ ମାଲିକଙ୍କ ପାଇଁ କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ତହସିଲ ତୁଳସୀଡ଼ିଆ ଗାଁରେ ରବିବାର ସକାଳୁ ବିଦ୍ୟୁତ ଆଘାତରେ ୬ଟି ଗୃହ ପାଳିତ ଗାଈ, ବଳଦ ଓ ବାଛୁରୀଙ୍କ ମୃତ୍ୟୁ ହୋଇଛି । ମୃତ୍ୟୁ ହୋଇଥିବା ଗୋ ସମ୍ପଦ ମାଲିକଙ୍କୁ କ୍ଷତିପୂରଣ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡା…

ସ୍ନାନପୂର୍ଣ୍ଣିମା ନୀତି ଶେଷ ଅଣସର ଘରକୁ ବିଜେ ଚତୁର୍ଦ୍ଧାମୂତ୍ତ

ପୁରୀ-ସ୍ନାନପୂର୍ଣ୍ଣମୀରେ ଆଜି ଚତୁର୍ଦ୍ଧାମୂର୍ତି ରତ୍ନବେଦିରୁ ପହଣ୍ଡି ହୋଇ ସ୍ନାନବେଦିରେ ବିରାଜମାନ କରିବା ସହ ୧୦୮ ଗଡ଼ୁ ଅଭିମନ୍ତ୍ରିତ ଅଧିବାସ ଜଳରେ ସ୍ନାନ କରିଛନ୍ତି । ଏହାପରେ ଭକ୍ତଙ୍କୁ ଗଜାନନ ବେଶରେ ଦର୍ଶନ ଦେଇଛନ୍ତି ମହାବାହୁ । ଶ୍ରୀ ଜଗନ୍ନାଥଙ୍କୁ ୩୫ ଗଡ଼ୁ…