କେନ୍ଦ୍ରାପଡା,୨୩/୬: ପ୍ରାକ୍ତନ ଶିକ୍ଷା ପରିଦର୍ଶକ ତଥା ମାର୍ଶାଘାଇ ଅଞ୍ଚଳର ଲୋକପ୍ରିୟ ବିଶିଷ୍ଟ ଶିକ୍ଷାବିତ୍ ସ୍ୱର୍ଗତ ପ୍ରସନ୍ନ କୁମାର ବିଶ୍ୱାଳଙ୍କୁ ଜିଲ୍ଲା ଅବସରପ୍ରାପ୍ତ ଶିକ୍ଷା ପରିଦର୍ଶକ ସଂଗଠନ ତରଫରୁ ଶ୍ରଦ୍ଧାଞ୍ଜଳି ସହ ସ୍ମୃତିଅର୍ଘ୍ୟ ଅର୍ପଣ କରାଯାଇଛି । ସ୍ୱର୍ଗତ ବିଶ୍ୱାଳଙ୍କର ଆକସ୍ମିକ ଦୁର୍ଘଟଣା ପରେ ମାସାଧିକ କାଳ ଚିକିତ୍ସା ପରର ବିୟୋଗ ସମସ୍ତଙ୍କୁ ସ୍ତମ୍ଭୀଭୁତ କରିବା ସହ ଶୋକର ଛାୟା ଖେଳାଇ ଦେଇଛି । ଆଜିର ଏହି ସ୍ମୃତି ସଭାରେ ସଂଗଠନର […]

କେନ୍ଦ୍ରାପଡା,୨୩/୬: କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କର ୨୯ତମ ବାର୍ଷିର୍କ ସାଧାରଣ ସଭା ରବିବାର ଦିନ ଉଦୟନଗର ସ୍ଥିତ ଜିଲ୍ଲା ସଂସ୍କୃତି ଭବନରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ବ୍ୟାଙ୍କର ସଭାପତି ଗୁରୁ ପ୍ରସାଦ ମହାନ୍ତିଙ୍କ ସଭାପତିତ୍ୱରେ ପରିଚାଳନା ପରିଷଦର ଉପସଭାପତି ଡ. ଅପର୍ଣ୍ଣା ମହାନ୍ତି, ନିର୍ଦ୍ଦେଶକ ରଶ୍ମିରଞ୍ଜନ ଚୌଧୁରୀ, ଶ୍ରୀକାନ୍ତ ନାୟକ, ସଂଗ୍ରାମ କେଶରୀ ମଲ୍ଲିକ, ଶୁକାନ୍ତ କୁମାର ଦ୍ୱିବେଦୀ, ଶୁଧାଂଶୁ ଶେଖର ପ୍ରତାପ, ନବଜ୍ୟୋତି ରାୟ, ପ୍ରଫୁଲ୍ଲ କୁମାର […]

କେନ୍ଦ୍ରାପଡା ୨୩/୬- କେନ୍ଦ୍ରାପଡା ଜିଲ୍ଲାସ୍ତରୀୟ ୧୯ତମ କ୍ୟୁରୋଗି ଏବଂ ଅଷ୍ଟମ ପୁମ୍‌ସି ଚାମ୍ପିୟନସିପ୍ ପ୍ରତିଯୋଗିତା କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡା ଜିଲ୍ଲା ତାଇକୋଣ୍ଡ ସଂଘର ସଭାପତି ବିମଳ କୁମାର ପଣ୍ଡାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି ଉତ୍ସବରେ ଓଡିଶା ତାଇକ୍ୱଣ୍ଡ ପର୍ଯ୍ୟବେକ୍ଷକ ଶ୍ରୀକାନ୍ତ ପରିଡା ଅତିଥି ଭାବେ ଯୋଗ ଦେଇ କୃତୀ ପ୍ରତିଯୋଗୀଙ୍କୁ ପୁସ୍କୃତ କରିଥିଲେ । ଏହି ପ୍ରତିଯୋଗିତାରେ ଜିଲ୍ଲାର ୧୦ଟି ଶାଖାରୁ ୨୫୦ରୁ […]

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ତହସିଲ ତୁଳସୀଡ଼ିଆ ଗାଁରେ ରବିବାର ସକାଳୁ ବିଦ୍ୟୁତ ଆଘାତରେ ୬ଟି ଗୃହ ପାଳିତ ଗାଈ, ବଳଦ ଓ ବାଛୁରୀଙ୍କ ମୃତ୍ୟୁ ହୋଇଛି । ମୃତ୍ୟୁ ହୋଇଥିବା ଗୋ ସମ୍ପଦ ମାଲିକଙ୍କୁ କ୍ଷତିପୂରଣ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡା ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ତରଡିପାଳ ପଂଚାୟତ ତୁଳସିଡିଆ ଗ୍ରାମର ଗାଈଗୋରୁ ମାନେ ବିଲକୁ ଚରିବାକୁ ଯାଇଥିବା ବେଳେ ବିଦ୍ୟୁତ ତାର ତଳେ ପଡିରହିଥିବାରୁ ତାର ସଂସ୍ପର୍ଶରେ […]

ପୁରୀ-ସ୍ନାନପୂର୍ଣ୍ଣମୀରେ ଆଜି ଚତୁର୍ଦ୍ଧାମୂର୍ତି ରତ୍ନବେଦିରୁ ପହଣ୍ଡି ହୋଇ ସ୍ନାନବେଦିରେ ବିରାଜମାନ କରିବା ସହ ୧୦୮ ଗଡ଼ୁ ଅଭିମନ୍ତ୍ରିତ ଅଧିବାସ ଜଳରେ ସ୍ନାନ କରିଛନ୍ତି । ଏହାପରେ ଭକ୍ତଙ୍କୁ ଗଜାନନ ବେଶରେ ଦର୍ଶନ ଦେଇଛନ୍ତି ମହାବାହୁ । ଶ୍ରୀ ଜଗନ୍ନାଥଙ୍କୁ ୩୫ ଗଡ଼ୁ ଜଳ, ବଳଭଦ୍ରଙ୍କୁ ୩୩ ଗଡ଼ୁ, ସୁଭଦ୍ରାଙ୍କୁ ୨୨ ଗଡ଼ୁ ଓ ସୁଦର୍ଶନଙ୍କୁ ୧୮ ଗଡ଼ୁ ଜଳରେ ସ୍ନାନ କରାଯାଇଛି । ଅଷ୍ଟଗନ୍ଧ, କୃଷ୍ଣଅଗୁର, ଉଶୀର, ଗୋରଚନା, ଦେବଦାରୁ, […]