ଜିଲ୍ଲା ପ୍ରଶାସନର ‘ମା ପାଇଁ ଗଛଟିଏ’ ଅଭିଯାନ



କେନ୍ଦ୍ରାପଡ଼ା, ୨୮ା୬ : ଜିଲ୍ଲା ପ୍ରଶାସନ ପକ୍ଷରୁ ‘ମା ପାଇଁ ଗଛଟିଏ’ ଅଭିଯାନ କେନ୍ଦ୍ରାପଡାରେ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ଆଜି ସକାଳେ ବାରୋ ଗ୍ରାମପଞ୍ଚାୟତର ତରାଣ୍ଡୋଠାରେ ଥିବା ଜିଲ୍ଲା ମିଶନ ଶକ୍ତି ଭବନ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମିଶନ ଶକ୍ତି ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା, ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନୀଲୁ ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ରାଜେନ୍ଦ୍ର କୁମାର ପଣ୍ଡା, ଉପଜିଲ୍ଲାପାଳ ରବୀନ୍ଦ୍ର କୁମାର ପ୍ରଧାନ, ମିଶନ ଶକ୍ତି ଜିଲ୍ଲା ସଂଯୋଜକ କୈଳାଶ ସେନାପତି, ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ମିଶନ ଶକ୍ତିର ମା’ ଭଉଣୀ ପ୍ରମୁଖ ଯୋଗଦେଇ ବୃକ୍ଷରୋପଣ କରିଥିଲେ । ବିଧାୟକ ଗଣେଶ୍ୱର ବେହେରା ଏହି ଅବସରରେ କହିଥିଲେ ଯେ ବୃକ୍ଷ ବଞ୍ôଚ ରହିଲେ ବିଶ୍ୱ ତିଷ୍ଠି ରହିବ । ଏଣୁ ପ୍ରକୃତିର ସୁରକ୍ଷା ଆମର ଦାୟିତ୍ୱ । ସମସ୍ତ ଜିଲ୍ଲାବାସୀଙ୍କୁ ନିଜ ମା’ଙ୍କ ନାମରେ ଗୋଟିଏ ଗୋଟିଏ ଗଛ ଲଗାଇବାକୁ ଜିଲ୍ଲାପାଳ ନିବେଦନ କରିଛନ୍ତି । ସୂଚନାଯୋଗ୍ୟ ବିଶ୍ୱ ପରିବେଶ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ‘ଏକ ପେଡ ମା କେ ନାମ’ (‘ମା ପାଇଁ ଗଛଟିଏ’) କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ରାଜ୍ୟରେ ଏହି କାର୍ଯ୍ୟକ୍ରମକୁ ଆଗେଇ ନେବାପାଇଁ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଆହ୍ୱାନ ଜଣାଇଥିଲେ ।


Discover more from

Subscribe now to keep reading and get access to the full archive.

Continue reading