ଭୁବନେଶ୍ୱର,୮ା୭: ସାରା ରାଜ୍ୟରେ ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବର ଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସରକାରୀ ଜମିଗୁଡ଼ିକ ମୁଖ୍ୟତଃ ବିକାଶ ଓ ସର୍ବସାଧାରଣ କଲ୍ୟାଣ କାର୍ଯ୍ୟ ନିମନ୍ତେ ବ୍ୟବହାର ହୁଏ । ଜବରଦଖଲ ଯୋଗୁ ବିକାଶ ବାଧାପ୍ରାପ୍ତ ହେଉଛି । ତେଣୁ ଏସବୁ ବେଆଇନ ଦଖଲ ତୁରନ୍ତ ହଟାଯିବା ଆବଶ୍ୟକ । ପ୍ରଚଳିତ ନିୟମ ଅନୁଯାୟୀ ଜବର ଦଖଲ ହଟିବା ପରେ ଏହାକୁ ବାଡ଼ ବସାଇ ଓ ଏଥିରେ ସମସ୍ତଙ୍କ ଦୃଷ୍ଟିଗୋଚର ହେବା ଭଳି ସାଇନ୍ ବୋର୍ଡ ଲଗାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆ ଯାଇଛି ।