କେନ୍ଦ୍ରାପଡା, ୧୫/୭: ଓଡିଶା ଆଦର୍ଶ ଯୁବ ସଂଗଠନ ତରଫରୁ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଗଡା ପଞ୍ଚାୟତର ଗୁଣ୍ଡୁଚି ମଠ ନିକଟରେ ଆଜି ୨୦୦ରୁ ଅଧିକ ବୃକ୍ଷରୋପଣ କରାଯାଇଥିଲା । ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଧାୟକ ଗଣେଶ୍ୱର ବେହେରା କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ । ସେ କହିଥିଲେ ଯେ ଜଳବାୟୁ ପରିବର୍ତ୍ତନ ଜନିତ ଆହ୍ୱାନ ସମ୍ପ୍ରତି ପୃଥିବୀର ଅସ୍ତିତ୍ୱ ଓ ଭବିଷ୍ୟତକୁ ନେଇ ଏକ ସଂକଟମୟ ଦୋଛକିରେ ଠିଆ […]

କେନ୍ଦ୍ରାପଡା ୧୫/୭ – କେନ୍ଦ୍ରାପଡ଼ା ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ପିତାମ୍ବର ସାମଲଙ୍କୁ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ କରାଯାଇଛି । ଏହା ପୂର୍ବରୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସାମଲଙ୍କୁ ପଦୋନ୍ନତି ମିଳିଛି । ଓଡ଼ିଶା ଲୋକସେବା ଆୟୋଗର ସୁପାରିଶ କ୍ରମେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଚିଠି ନମ୍ବର […]

ପଟ୍ଟାମୁଣ୍ଡାଇର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡାଯାତ୍ରା ପଟ୍ଟାମୁଣ୍ଡାଇ ଅଂଚଳର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡାଯାତ୍ରା ବିପୁଳ ଆନନ୍ଦ ଉଲ୍ଲାସ ମଧ୍ୟରେ ଶାନ୍ତିପୂର୍ଣ୍ଣ ଭାବେ ସୋମବାର ସମ୍ପନ୍ନ ହୋଇଛି । ମାଉସୀ ମା’ ମନ୍ଦିରରେ ୯ଦିନ ରହଣିପରେ ପ୍ରଭୁ ଜଗନ୍ନାଥ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ସୁଦଶନଙ୍କୁ ସାଙ୍ଗରେ ଧରି ଜନ୍ମବେଦି ରୁ ରତ୍ନବେଦିକୁ ଫେରିଛନ୍ତି । ମନ୍ଦିରର ସେବାୟତମାନେ ଶ୍ରୀଜୀଉଙ୍କୁ ପୂଜାର୍ଚ୍ଚନା କରି ପାଛୋଟି ଆଣିଛନ୍ତି । ପଟ୍ଟାମୁଣ୍ଡାଇ […]

ପୁରୀ, ୧୪ା୭: ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ରବିବାର ଦିନ ୧ଟା ୨୮ରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯାଇଛି । ରତ୍ନଭଣ୍ଡାର ଖୋଲିବା ପାଇଁ ଗଠନ କରାଯାଇଥିବା ସ୍ୱତନ୍ତ୍ର ଟିମ୍ ପ୍ରଥମେ ବାହାର ରତ୍ନଭଣ୍ଡାର ଖୋଲିଛନ୍ତି । ପ୍ରଥମେ ବାହାର ରତ୍ନଭଣ୍ଡାର ଖୋଲିବା ପରେ ଅଳଙ୍କାର ସ୍ଥାନାନ୍ତରିତ କରାଯାଇଛି । ଏହାକୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମ୍‌କୁ ସ୍ଥାନାନ୍ତରିତ କରାଯାଇଛି । ବାହାର ରତ୍ନଭଣ୍ଡାର ଖୋଲିବାର ପ୍ରାୟ ୨ ଘ ଭିତର ରତ୍ନଭଣ୍ଡାର ତାଲା […]

କେନ୍ଦ୍ରାପଡ଼ା, ୧୪ା୭: କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଓସ୍ତପୁର ଗ୍ରାମର ପ୍ରିୟଦର୍ଶନ ସ୍ୱାଇଁଙ୍କ ଘରୁ ଗତକାଲି ବିଳମ୍ବିତ ରାତିରେ କେହିନଥିବାର ସୁଯୋଗ ନେଇ ଗ୍ରୀଲ ଭାଙ୍ଗି ଘର ଭିତରେ ଚୋର ପସିବା ସହିତ ଆଲମିରା ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନାଗହଣା କେହି ଲୁଟ କରିନେଇଥିବା ସଦର ଥାନାରେ ଅଭିଯୋଗ ହୋଇଛି । ପ୍ରିୟଦର୍ଶନ ଥାନାରେ କରିଥିବା ଅଭିଯୋଗ ଅନୁଯାୟୀ ସେ ପରିବାର ସହ କଟକ ଯାଇଥିବା ବେଳେ ଗତକାଲି ଅପରାହ୍ନ […]

କେନ୍ଦ୍ରାପଡ଼ା, ୧୪ା୭: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଆଲୁମିନି ବୈଠକ ସଭାପତି ପ୍ରାଧ୍ୟାପକ ନନ୍ଦ କିଶୋର ପରିଡାଙ୍କ ଅଧ୍ୟକ୍ଷତାରେ   କଲେଜ ମିନି କନଫରେନ୍ସ ହଲରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାବିଦ୍ୟାଳୟରୁ ଏସି ଚୋରି ଘଟଣାର ଉପଯୁକ୍ତ ତଦନ୍ତ ପୂର୍ବକ ପ୍ରକୃତ ଅଭିଯୁକ୍ତଙ୍କୁ ଦଣ୍ଡିତ କରାଯିବା ପାଇଁ ତଦନ୍ତକାରୀ ସଂସ୍ଥା ନିକଟରେ ଦାବି କରାଯାଇଛି । ଆସନ୍ତା ଅଗଷ୍ଟମାସ ୨୫ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବୈଠକରେ କେନ୍ଦ୍ରାପଡା ଜିଲ୍ଲାର ସମସ୍ତ […]

କେନ୍ଦ୍ରାପଡା, ୧୪/୭: କେନ୍ଦ୍ରାପଡା ଜିଲ୍ଲା ପୂର୍ବତନ ସୈନିକ ସଂଘର ୨୮ତମ ସାଧାରଣ ବାର୍ଷିକ ଅଧିବେଶନ ଗରାପୁରସ୍ଥିତ ଶ୍ରୀଶ୍ରୀ ଶିବାନନ୍ଦ ଆଶ୍ରମରେ ଅନୁଷ୍ଠିତ ହୋଇଯାଇଛି । ଏହି ଅଧିବେଶନରେ ଅଧ୍ୟକ୍ଷ କ୍ୟାପଟେନ ସୁରେନ୍ଦ୍ର କୁମାର ସାହୁ, ସାଧାରଣ ସମ୍ପାଦକ ସୁବେଦାର ମେଜର ବୀରବର ପାତ୍ର, ପୂର୍ବତନ ଅଧ୍ୟକ୍ଷ କୈଳାଶ ଚନ୍ଦ୍ର ରାଉତ, ପୂର୍ବତନ ସାଧାରଣ ସମ୍ପାଦକ ପବିତ୍ର ମୋହନ କାନୁନଗୋ, ପୂର୍ବତନ ଅଧ୍ୟକ୍ଷ ଏବଂ ସାଧାରଣ ସମ୍ପାଦକ ମହେଶ୍ୱର କର ତଥା […]

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇରେ ସରକାରୀ ଶିକ୍ଷକ, ଅଧ୍ୟାପକମାନେ ସରକାରୀ ନିୟମର ଖୋଲା ଉଲ୍ଲଂଘନ କରି ବେସରକାରୀ ଟ୍ୟୁସନ୍ ଓ କୋଚିଂ ସେଂଟରରେ ଶିକ୍ଷାଦାନ କରୁଛନ୍ତି । ଯାହାକୁ ନେଇ ବିଭିନ୍ନ ସ୍ଥାନରେ ଟ୍ୟୁସନ୍‌, ଶତାଧିକ କୋଚିଂ ସେଂଟର ଓ ଟ୍ୟୁଟୋରିଆଲ ଆଦି ଅବାଧରେ ଚାଲିଛି । ଏହାଦ୍ୱାରା ସରକାରୀ ଶିକ୍ଷାନୁଷ୍ଠାନଗୁଡ଼ିକରେ ଗୁଣାତ୍ମକ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି । ଏହାକୁ ନେଇ ଅଭିଭାବକମହଲରେ ଅସନ୍ତୋଷ ପ୍ରକାଶ ପାଇଛି । ଅଭିଭାବକ ତଥା […]