ବଜେଟ୍‌କୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଲେ , କେନ୍ଦ୍ର ବଜେଟରେ ଓଡ଼ିଶା ପାଇଁ କିଛି ନାହିଁ । ଭାଜପା ନିଜ ଇସ୍ତାହାରରେ ଅନେକ ପ୍ରତିଶ୍ରୁତି ଦେଇଥିଲା –


ଭୁବନେଶ୍ୱର,୨୩ ।୭: କେନ୍ଦ୍ର ସରକାର ୨୦୨୪-୨୫ ଆର୍ôଥକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି । ବଜେଟକୁ ନେଇ ବିଭିନ୍ନ ମହଲରୁ ଭିନ୍ନ ଭିନ୍ନ ପ୍ରତିକ୍ରିୟା ଆସୁଥିବା ବେଳେ ପ୍ରଥମଥର ପାଇଁ କେନ୍ଦ୍ରର ଭାଜପା ସରକାରକୁ ଟାର୍ଗେଟ କରିଛନ୍ତି ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ମୁଖ୍ୟ ନବୀନ ପଟ୍ଟନାୟକ ।
ନବୀନ କହିଛନ୍ତି, କେନ୍ଦ୍ର ବଜେଟରେ ଓଡ଼ିଶା ପାଇଁ କିଛି ନାହିଁ । ଭାଜପା ନିଜ ଇସ୍ତାହାରରେ ଅନେକ ପ୍ରତିଶ୍ରୁତି ଦେଇଥିଲା । ନିର୍ବାଚନବେଳେ ଭାଜପା ନେତା ବହୁ ବଡ଼ ବଡ଼ କଥା କହିଥିଲେ । କିନ୍ତୁ କେନ୍ଦ୍ର ବଜେଟରେ ଓଡ଼ିଶା ପାଇଁ କିଛି ନାହିଁ କହିଲେ ନବୀନ ପଟ୍ଟନାୟକ । କେନ୍ଦ୍ର ସରକାର ନିର୍ବାଚନୀ ଇସ୍ତାହାରରେ ଓ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବାର ପ୍ରତିଶ୍ରୁତି ଦେଇଥିଲା, ହେଲେ ତାହା ପୂରଣ କଲାନାହିଁ ।
ଆନ୍ଧ୍ର ଓ ବିହାର ପାଇଁ କୋଟି କୋଟି ଟଙ୍କା ଅନୁଦାନ ଦେଲେ । ହେଲେ ପ୍ରତିଶ୍ରୁତି ଦେଇ ବି ଓଡ଼ିଶା କଥା ବିଚାର କଲେନି । ପ୍ରତିବର୍ଷ ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟର ସାମନା କରୁଛି । ସ୍ୱତନ୍ତ୍ର ଅନୁଦାନ ପାଇଁ ରାଜ୍ୟ ବାରମ୍ବାର ଅନୁରୋଧ କରିଆସୁଛି । ଅନ୍ୟ ରାଜ୍ୟ କଥା ଶୁଣିଲେ, ଓଡ଼ିଶା କଥା ଶୁଣିଲେନି । ରାଜ୍ୟ ସରକାର ବାରମ୍ବାର କୋଇଲା ରୟାଲିଟି ସଂଶୋଧନ ପାଇଁ ଦାବି କରୁଥିବା ବେଳେ ବଜେଟରେ ଏନେଇ କେନ୍ଦ୍ର ସରକାର କିଛି ସମାଧାନ କରିନାହାଁନ୍ତି । କୋଇଲା ରୟାଲିଟି କ୍ଷେତ୍ରରେ ରାଜ୍ୟ ସରକାର ପ୍ରତିବର୍ଷ ହଜାର ହଜାର କୋଟି ଟଙ୍କାର ରାଜସ୍ୱ ହରାଉଥିବା କଥା ନବୀନ ପଟ୍ଟନାୟକ କହିଛନ୍ତି ।


Next Post

ରାସ୍ତା କାମରେ ଅନିୟମିତତା ଅଭିଯୋଗ : ନିର୍ମାଣର ୨ ମାସ ପୂରିନି ରାସ୍ତା ଫାଟି ଆଁ

Wed Jul 24 , 2024
ପଟ୍ଟାମୁଣ୍ଡାଇ ୨୪/୭ ସରକାର ଗ୍ରାଂଚଳର ଲୋକଙ୍କ ଗମନାଗମନ କ୍ଷେତ୍ରରେ ଉନ୍ନତି ଆଣିବା ନିମନ୍ତେ ପ୍ରତ୍ୟେକ ବର୍ଷ ପଂଚାୟତ ସମିତି ଅଧିନରେ ବିପୁଳ ଟଙ୍କା ଖର୍ଚ୍ଚ କରି ରାସ୍ତା ନିର୍ମାଣ ଉପରେ ସରକାର ଗୁରୁତ୍ୱାରୋପ କରିଛନ୍ତି । ହେଲେ କେତେଜଣ ଅସାଧୁ କର୍ମଚାରୀ, ଅଧିକାରୀ ଓ କୁଜିନେତାଙ୍କ ମନମୁଖୀ କାମ ଯୋଗୁ ଲୋକେ ଭଲ ରାସ୍ତାରେ ଯାତାୟତ କରିପାରୁ ନାହାନ୍ତି । ନିମ୍ନମାନର କାମ ବହୁ ପ୍ରତୀକ୍ଷିତ ରାସ୍ତା ନିର୍ମାଣର ଅଳ୍ପ […]

You May Like