ପଟ୍ଟାମୁଣ୍ଡାଇ ୪/୧୦ – ପଟ୍ଟାମୁଣ୍ଡାଇ କଲେଜ ଜୁନିୟର ରେଡକ୍ରସ ଓ ଜାତୀୟ ସେବା ସଂସ୍ଥା ପକ୍ଷରୁ ପ୍ରାଥମିକ ଚିକିତ୍ସା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁ ଉଦଘାଟନ କରିଥିଲେ । ଜାତୀୟ ସେବା ସଂସ୍ଥା ପ୍ରୋଗ୍ରାମ ଅଧିକାରୀ ଅଧ୍ୟାପକ ପ୍ରଦ୍ୟୁମ୍ନ ପ୍ରଧାନଙ୍କ ସଂଯୋଜନାରେ ଆୟୋଜିତ ତାଲିମ ଶିବିରରେ ବୌଦ୍ଧ ପଂଚାୟତ କଲେଜ ଉଭିଦ ବିଜ୍ଞାନ ବିଭାଗ ଅଧ୍ୟାପକ ତଥା ରାଜ୍ୟ ଦୁର୍ବିପାକ ପରିଚାଳନା ସମିତି ସଦସ୍ୟ ଡ଼ ପ୍ରବୀର କୁମାର ଦାସ ମୁଖ୍ୟତାଲିମ ଦାତା ଭାବେ ଯୋଗ ଦେଇ ବିଭିନ୍ନ ଦୁର୍ବିପାକ ସମୟରେ ବିଭିନ୍ନ ପ୍ରାଥମିକ ଚିକିତ୍ସା ପଦ୍ଧତି ସମ୍ପର୍କ ତାଲିମ ପ୍ରଦାନ କରିଥିଲେ । ଏକାଡେମିକ ବର୍ଷାର ଡ଼ ଫକୀର ପ୍ରଧାନ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ୟୁଥ ରେଡକ୍ରସ କାଉନସେଲର ଅଧ୍ୟାପକ ସରୋଜକାନ୍ତ ନାୟକ,ରଞ୍ଜନ ବେହେରା,ସୁଭାଶିଷ ମିଶ୍ର,ଜିତେନ୍ଦ୍ର ମଲ୍ଲିକ, ଅମିତ ସାହୁ ଓ ଶୁଚିସ୍ମିତା ବିଶ୍ୱାଳ ପରିଚାଳନା କରିଥିଲେ ।
kanikanews.in
Next Post
ନରସିଂହପୁରରେ ଶିଶୁ ମହୋତ୍ସବ ସୁରଭି-୨୦୨୪
Fri Oct 4 , 2024
ପଟ୍ଟାମୁଣ୍ଡାଇ ୪/୧୦ -ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନରସିଂହପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅଢାଖଣ୍ଡ -ମଠସାହି କ୍ଲଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି -୨୦୨୪ ଅନୁଷ୍ଠିତ ହୋଇଯାଇଛି । ସିଆରସିସି ସଞ୍ଜୟ ସାହୁଙ୍କ ପୌରହିତ୍ୟରେ ଆୟୋଜିତ ଉଦଘାଟନୀ ଉତ୍ସବରେ ପଟ୍ଟାମୁଣ୍ଡାଇ ବ୍ଲକ ପ୍ରାକ୍ତନ ସହକାରୀ ଶିକ୍ଷା ଅଧିକାରୀ ଅଭିମନ୍ୟୁ ପଢିଆରୀ ମୁଖ୍ୟଅତିଥି,ଅଢାଖଣ୍ଡ ମଠସାହି ଉନ୍ନୀତ ଉପ୍ରା ସ୍କୁଲ ପ୍ରଧାନଶିକ୍ଷକ ରାମ ଚନ୍ଦ୍ର ମିଶ୍ର, ଅଇନିପଡା-ପଛପଡା ଉପ୍ରା ସ୍କୁଲ ପ୍ରଧାନ ଶିକ୍ଷକ […]

You May Like
- 12 months ago
କୃତି ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା
- 2 years ago
ଆଇନ ସମ୍ମତ ପୋଷ୍ୟ ସନ୍ତାନ ଗ୍ରହଣ ନିମନ୍ତେ କର୍ମଶାଳା
- 5 months ago
ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟବେକ୍ଷଣ କମିଟି ବୈଠକ