କେନ୍ଦ୍ରାପଡ଼ା,୭ା୧୦: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଦୁହୁରିଆସ୍ଥିତ ରତ୍ନାକର ନୋଡାଲ ଉଚ୍ଚ ବିଦ୍ୟାଳୟ ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରୀୟ ଶିଶୁମହୋତ୍ସବ ସୁରଭି -୨୦୨୪ ନାରାୟଣୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଜମଧର ଠାରେ ସେହି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବାବୁରୀଚରଣ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ମଣ୍ଡଳ ଶିକ୍ଷାଧିକାରୀ କୈଳାସ ଚନ୍ଦ୍ର ଦଳାଇ, ସମ୍ମାନିତ ଅତିଥି ସହ ମଣ୍ଡଳ ଶିକ୍ଷାଧିକାରୀ ହିରଣ୍ୟ ବାରିକ, ମୁଖ୍ୟବକ୍ତା ଅବସରପ୍ରାପ୍ତ ଆରକ୍ଷୀ […]
Day: 7 October 2024
କେନ୍ଦ୍ରାପଡା,୭/୧୦: କେନ୍ଦ୍ରାପଡ଼ାର ଗଣପର୍ବ ଗଜଲକ୍ଷ୍ମୀ ପୂଜା ପାଇଁ ଜିଲା ପ୍ରଶାସନର ଦ୍ୱିତୀୟ ପ୍ରସ୍ତୁତି ବୈଠକ ସୋମବାର କେନ୍ଦ୍ରାପଡ଼ା ପୌରପାଳିକା ଟାଉନହଲ୍ ପରିସରରେ ଜିଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ପୂଜା ଆସନ୍ତା ୧୬ତାରିଖରୁ ଆରମ୍ଭ ହୋଇ ୨୨ତାରିଖ ପର୍ଯ୍ୟନ୍ତ ମା’ ଗଜଲକ୍ଷ୍ମୀ ପୂଜା ପାଇବେ । ୨୨ତାରିଖ ଦିନ ସମସ୍ତ ମେଢଗୁଡିକର ବିସର୍ଜନ ପୂଜା ଅନୁଷ୍ଠିତ ହେବ । ଆସନ୍ତା ୨୩ ତାରିଖରେ ଭସାଣି ଉତ୍ସବ ଆରମ୍ଭ […]
କେନ୍ଦ୍ରାପଡ଼ା, ୭ା୧୦: କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ ଅନ୍ତର୍ଗତ ଦଶିପୁର ଗ୍ରାମପଞ୍ଚାୟତରେ ନିର୍ମାଣ କରାଯାଇଥିବା ପାନୀୟ ଜଳ ପ୍ରକଳ୍ପ ନିର୍ମାଣରେ ଅନିୟମିତତା କରାଯାଇଥିବା ସୋମବାର ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିରରେ ପଞ୍ଚାୟତବାସୀଙ୍କ ପକ୍ଷରୁ ଅଭିଯୋଗ ହୋଇଛି। ପଞ୍ଚାୟତବାସୀମାନେ ଅଭିଯୋଗ କରିଛନ୍ତି ଯେ ସେହି ପାନୀୟ ଜଳ ପ୍ରକଳ୍ପରୁ ଗ୍ରାମବାସୀଙ୍କୁ ଯୋଗାଇ ଦିଆଯାଉଥିବା ପାନୀୟ ଜଳ ବହୁତ ଧିର ଗତିରେ ଆସୁଥିବା ବେଳେ ଅନେକ ସ୍ଥାନରେ ପାଇପ୍ ଫାଟି ଯାଇଥିବା […]
କେନ୍ଦ୍ରାପଡ଼ା, ୭ା୧୦: କେନ୍ଦ୍ରାପଡ଼ା ଜିଲ୍ଲା ସଦର ମହକୁମାରେ ସୋମବାର ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ପୂର୍ବାହ୍ଣ ୧୦ଟାରୁ ଅପରାହ୍ଣ ସାଢେ ଗୋଟାଏ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ପୈାରସଂସ୍ଥା ଟାଉନ୍ ହଲ୍ରେ ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଳିତ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟ୍ଟାରିଆ, ଜିଲ୍ଲା ପରିଷଦ ସଭାପତି ସୁଶ୍ରୀ ଲିଲିତା ଦାସ, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନୀଲୁ ମହାପାତ୍ର, ଉପଜିଲ୍ଲାପାଳ […]
କେନ୍ଦ୍ରାପଡ଼ା,୭ା୧୦: କେନ୍ଦ୍ରାପଡା ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟରେ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ ଅଗ୍ନି ନିରାପତ୍ତା ଓ ବିପର୍ଯ୍ୟୟ ପରିଚାଳନାକୁ ନେଇ ଆଜି ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧ୍ୟକ୍ଷା ଆଦ୍ୟାରଶ୍ମି ମହାପାତ୍ରଙ୍କ ନିର୍ଦ୍ଦେଶରେ ସମ୍ମାନିତ ଅତିଥି ଭାବେ କେନ୍ଦ୍ରାପଡା ଜିଲ୍ଲା ଅଗ୍ନିଶମ ବିଭାଗର ଅଧିକାରୀ ଅମ୍ରନ ଗୌରବ ଯୋଗ ଦେଇଥିବା ସହ ଅନ୍ୟ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଯୋଗ ଦେଇଥିଲେ । ପ୍ରାରମ୍ଭରେ ଇତିହାସ ବିଭାଗର ବରିଷ୍ଠ […]
କେନ୍ଦ୍ରାପଡ଼ା,୭ା୧୦: ଆଜି କେନ୍ଦ୍ରାପଡାର ବରପୁତ୍ର, ବିକାଶ ପୁରୁଷ, ପୂର୍ବତନ ମନ୍ତ୍ରୀ ଓଡିଶା ଉଚ୍ଚ ନ୍ୟାୟାଳୟର ଆଡ ଭୋକେଟ ଜେନେରାଲ ସ୍ୱର୍ଗତ ଦୀନବନ୍ଧୁ ସାହୁଙ୍କ ୪୫ତମ ଶ୍ରାର୍ଦ୍ଧ ବାର୍ଷିକୀ ପାଲିତ ହୋଇଯାଇଅଛି । କେନ୍ଦ୍ରାପଡା ତହସିଲ ଅଫିସ ନିକଟରେ ସ୍ଥାପିତ ହୋଇଥିବା ସ୍ୱର୍ଗତ ଦୀନବନ୍ଧୁ ସାହୁଙ୍କ ପ୍ରତି ମୂର୍ତ୍ତିରେ ସାମୁହିକ ମାଲ୍ୟାର୍ପଣ କରାଯାଇ ଏଠାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଶିକ୍ଷାବିତ ଅଜୟ ସାମଲଙ୍କ ପୈରହିତ୍ୟରେ ଅନୁଷ୍ଠିତ ହୋଇଥିଲା । ଉକ୍ତ ସଭାରେ […]
ପଟ୍ଟାମୁଣ୍ଡାଇ ତା ୭/୧୦-ପଟ୍ଟାମୁଣ୍ଡାଇ କଲେଜ ଇତିହାସ ବିଭାଗ ପ୍ରତ୍ନତତ୍ୱ ମାଧ୍ୟମରେ ପ୍ରାଚୀନ ଓଡିଶାର ଇତିହାସ ଅନୁସନ୍ଧାନ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ଆଲୋଚନାଚକ୍ରରେ ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ରାଚୀନ ଭାରତ ଇତିହାସ ସଂସ୍କୃତି ଓ ପ୍ରତ୍ନତତ୍ୱ ସ୍ନାତକୋତ୍ତର ବିଭାଗ ମୁଖ୍ୟ ପ୍ରଫେସର ଡ଼ ଅନାମ ବେହେରା ମୁଖ୍ୟ ଆଲୋଚକ ଭାବେ ଯୋଗ ଦେଇ ପ୍ରତ୍ନତତ୍ୱ ମାଧ୍ୟମରେ ପ୍ରାଚୀନ ଓଡିଶାର ଇତିହାସ […]
ପଟ୍ଟାମୁଣ୍ଡାଇ ତା ୭/୧୦- ପଟ୍ଟାମୁଣ୍ଡାଇ କଲେଜ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ରୀତିରୁ ରାଧାନାଥ ସୃଜନ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ଆଲୋଚନାଚକ୍ରରେ ଗବେଷକ ଡ଼ ଲଷ୍ମଣ କୁମାର ଦାସ ମୁଖ୍ୟ ଆଲୋଚକ ଭାବେ ଯୋଗ ଦେଇ ରୀତିର ରାଧାନାଥ ସୃଜନ ବୈଶିଷ୍ଟ୍ୟ ଉପରେ ବିଶଦ ଆଲୋଚନା କରିଥିଲେ । ପଟ୍ଟାମୁଣ୍ଡାଇ କଲେଜ ଓଡ଼ିଆ ଭାଷା ସାହିତ୍ୟ […]
ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନନଗର ପଂଚାୟତ ଭଜପା ସଭାପତି ସ୍ୱାଗତ ଦାଶଙ୍କ ନେତୃତ୍ୱରେ ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମ ତେତେଲଙ୍ଗା ଗ୍ରାମରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଭାଜପା ରାଜ୍ୟ ନାରୀ ନେତ୍ରୀ କାନନ ବାଳା ଦାସ, ବିଷ୍ଣୁପ୍ରିୀୟା ମହାପାତ୍ର, ରାଜନଗର ଭାଜପା ପ୍ରଭାରୀ ସୁନାକର ପ୍ରଧାନ, ସୁଭେନ୍ଦୁ ଦାଶ, ସୋମନାଥ ଷଡଙ୍ଗୀ ପ୍ରଭୁତି ଯୋଗଦେଇ ଗ୍ରାମର ଘରକୁ ଘର ଯାଇ ଲୋକ ମାନଙ୍କୁ ଭାଜପା ସଦସ୍ୟତା ଗ୍ରହଣ କରାଇଥିଲେ। ଏହି […]
କେନ୍ଦ୍ରାପଡ଼ା, ୬ା୧୦: କେନ୍ଦ୍ରାପଡା ପୈାରପାଳିକା ନିର୍ବାହୀ ଅଧିକାରୀଙ୍କ ଦସ୍ତଖତ ଜାଲିଆତି କରି ଏକ ନର୍ସିଂହୋମ ଚାଲୁଥିବା ଜାଣି କେନ୍ଦ୍ରାପଡା ଟାଉନ ଥାନା ପୋଲିସ ରବିବାର ଚଢାଉ କରିଛି। ଗିରଫ ହେବା ଭୟରେ ନର୍ସିଂହୋମର ମାଲିକ ଫେରାର ହୋଇଯାଇଛନ୍ତିବୋଲି ଆଲୋଚନା ହେଉଛି । ସୂଚନା ଯୋଗ୍ୟ ଯେ କେନ୍ଦ୍ରାପଡା ସହରର ପୁରୁଣା ମେଡିକାଲ ରୋଡସ୍ଥିତ ଏକ ନର୍ସିଂହୋମ ବିଲଡିଂର ପ୍ଲାନ ଅନୁମୋଦନ ହୋଇଥିବା ନେଇ କଟକ ମଣ୍ଡଳ ଅଗ୍ନିଶମ ବିଭାଗକୁ ପଠାଇଥିଲା। […]










