ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ



କେନ୍ଦ୍ରାପଡ଼ା,୭ା୧୦: କେନ୍ଦ୍ରାପଡା ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟରେ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ ଅଗ୍ନି ନିରାପତ୍ତା ଓ ବିପର୍ଯ୍ୟୟ ପରିଚାଳନାକୁ ନେଇ ଆଜି ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧ୍ୟକ୍ଷା ଆଦ୍ୟାରଶ୍ମି ମହାପାତ୍ରଙ୍କ ନିର୍ଦ୍ଦେଶରେ ସମ୍ମାନିତ ଅତିଥି ଭାବେ କେନ୍ଦ୍ରାପଡା ଜିଲ୍ଲା ଅଗ୍ନିଶମ ବିଭାଗର ଅଧିକାରୀ ଅମ୍ରନ ଗୌରବ ଯୋଗ ଦେଇଥିବା ସହ ଅନ୍ୟ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଯୋଗ ଦେଇଥିଲେ । ପ୍ରାରମ୍ଭରେ ଇତିହାସ ବିଭାଗର ବରିଷ୍ଠ ଅଧ୍ୟାପକ ଶିଶିରକାନ୍ତ ମହାପାତ୍ର ସଭାପତିତ୍ୱ କରି ସମ୍ମାନିତ ଅତିଥିଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ କରିଥିଲେ । ଅଧ୍ୟାପିକା ରୁକ୍ମଣୀ ସାହୁ, ଅଧ୍ୟାପକ ଗୌତମ ଚରଣ ଜେନା, ମୃତ୍ୟୁଞ୍ଜୟ ମହାନ୍ତି, ପ୍ରଶାନ୍ତ କୁମାର ବେହେରା ପ୍ରମୁଖ ଏଥିରେ ଅଂଶଗ୍ରହଣ କରିଥିଲେ । ପ୍ରଥମେ ଅଗ୍ନି ନିରାପତ୍ତା ଓ ବିପର୍ଯ୍ୟୟ ପରିଚାଳନା ଉପରେ ସମ୍ମାନିତ ଅତିଥି ଗୌରବ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ସଚେତନତା ଉପରେ ବକ୍ତବ୍ୟ ଦେଇଥିବା ବେଳେ ଅଗ୍ନିଶମ ବିଭାଗର ସମସ୍ତ କର୍ମଚାରୀ ଅଗ୍ନିଜନିତ ଆସନ୍ନ ଓ ବିପତ୍ତିର ନିରାକରଣ ପାଇଁ କଲେଜ ପରିସରରେ ପ୍ରତ୍ୟେକ୍ଷ ଜ୍ଞାନକୌଶଳ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଡ. ଗିରିଜାକାନ୍ତ ଦାସ ପରିଚାଳନା କରିବା ସହ କଲେଜର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ବହୁସଂଖ୍ୟକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ ।


Next Post

କେନ୍ଦ୍ରାପଡାରେ ମିଳିତ ଅଭିଯୋଗ ଶୁଣାଣି ଶିବିର

Mon Oct 7 , 2024
କେନ୍ଦ୍ରାପଡ଼ା, ୭ା୧୦: କେନ୍ଦ୍ରାପଡ଼ା ଜିଲ୍ଲା ସଦର ମହକୁମାରେ ସୋମବାର ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ପୂର୍ବାହ୍ଣ ୧୦ଟାରୁ ଅପରାହ୍ଣ ସାଢେ ଗୋଟାଏ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ପୈାରସଂସ୍ଥା ଟାଉନ୍ ହଲ୍‌ରେ ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଳିତ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟ୍ଟାରିଆ, ଜିଲ୍ଲା ପରିଷଦ ସଭାପତି ସୁଶ୍ରୀ ଲିଲିତା ଦାସ, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନୀଲୁ ମହାପାତ୍ର, ଉପଜିଲ୍ଲାପାଳ […]