କେନ୍ଦ୍ରାପଡାରେ ମିଳିତ ଅଭିଯୋଗ ଶୁଣାଣି ଶିବିର



କେନ୍ଦ୍ରାପଡ଼ା, ୭ା୧୦: କେନ୍ଦ୍ରାପଡ଼ା ଜିଲ୍ଲା ସଦର ମହକୁମାରେ ସୋମବାର ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ପୂର୍ବାହ୍ଣ ୧୦ଟାରୁ ଅପରାହ୍ଣ ସାଢେ ଗୋଟାଏ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ପୈାରସଂସ୍ଥା ଟାଉନ୍ ହଲ୍‌ରେ ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଳିତ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟ୍ଟାରିଆ, ଜିଲ୍ଲା ପରିଷଦ ସଭାପତି ସୁଶ୍ରୀ ଲିଲିତା ଦାସ, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନୀଲୁ ମହାପାତ୍ର, ଉପଜିଲ୍ଲାପାଳ ରବୀନ୍ଦ୍ର କୁମାର ପ୍ରଧାନ, ଅତିରିକ୍ତ ଉପଜିଲ୍ଲାପାଳ ଅଶୋକ କୁମାର ଦାସ, କେନ୍ଦ୍ରାପଡ଼ା ତହସିଲଦାର ତାପସ ଦେହୁରୀ ଓ ବିଡିଓ ବନ୍ଦନା ଖଟୁଆ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ା ପ୍ରମୋଦ କୁମାର ପ୍ରହରାଜ, ଡେପୁଟି କଲେକ୍ଟର ପଲ୍ଲବୀ ପ୍ରିୟଦର୍ଶିନୀ, ସମସ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ଲାଇନ୍ ଡିପାର୍ଟମେଣ୍ଟର ନିର୍ବାହୀ ଯନ୍ତ୍ରୀ ପ୍ରମୁଖ ଉପସ୍ଥିତ ରହି ଅଭିଯୋଗ ଶୁଣାଣିରେ ସହାୟତା କରିଥିଲେ। ଅଭିଯୋଗ ଶୁଣାଣିରେ ମୋଟ୍ ୨୦୫ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା ବେଳେ ସେଥି ମଧ୍ୟରୁ ୨୫ଟି ସାମୁହିକ ଏବଂ ୧୮୦ଟି ବ୍ୟକ୍ତିଗତ ଅଭିଯୋଗ ଥିଲା। ଚିକିତ୍ସା ସହାୟତା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୫୫ହଜାର ଟଙ୍କା ୬ଜଣ ଆବେଦନକାରୀଙ୍କୁ ଦେବା ପାଇଁ ଜିଲ୍ଲାପାଳ ମଞ୍ଜୁର କରିଥିବା ବେଳେ ରେଡ୍‌କ୍ରସ୍ ପାଣ୍ଠିରୁ ୧୧ଜଣ ଆବେଦନକାରୀଙ୍କୁ ଚିକିତ୍ସା ସହାୟତା ବାବଦରେ ମୋଟ୍ ୭୧ହଜାର ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି । ସମସ୍ତ ଅଭିଯୋଗର ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ବ୍ୟକ୍ତିଗତ ଅଭିଯୋଗ ଗୁଡିକ ମଧ୍ୟରେ ପାରିବାରିକ ସମସ୍ୟା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଭୂମିହୀନ ପଟ୍ଟା, ଚିକିତ୍ସା ପାଇଁ ଆର୍ôଥକ ସହାୟତା, ରାସନ୍ କାର୍ଡ଼ ପ୍ରଦାନ, ଅନ୍ତଦୋୟ ଅନ୍ନପୂର୍ଣ୍ଣା ଯୋଜନା, ଫୌଜଦାରୀ ମକଦ୍ଦମା, ବାର୍ଦ୍ଧକ୍ୟ ଭତ୍ତା, ବଦଳି ନିମନ୍ତେ ଆବେଦନ ପତ୍ର ଇତ୍ୟାଦି ଦରଖାସ୍ତ ଗୁଡ଼ିକ ମୁଖ୍ୟ ସ୍ଥାନରେ ଥିଲା । ସେହିପରି ସାମୁହିକ ଅଭିଯୋଗ ଗୁଡିକ ମଧ୍ୟରେ ପୋଲ ନିର୍ମାଣ, ବିଦ୍ୟୁତ୍ ସଂଯୋଗ, ବିଦ୍ୟୁତ୍ ଖୁଣ୍ଟ ସ୍ଥାପନ, ଗଜଲକ୍ଷ୍ମୀ ପୂଜା ପର୍ଯ୍ୟନ୍ତ ଉଠା ଦୋକାନୀକୁ ସ୍ଥାନାନ୍ତରଣ ନ କରି ବ୍ୟବସାୟ କରିବାକୁ ଅନୁମତି, ଗ୍ରାମ୍ୟ ସମସ୍ୟା, ଓଏଲଆର ସିଲିଂ ପଟ୍ଟା, ନୂତନ ରାଜସ୍ୱ ଗ୍ରାମ ଘୋଷଣା, ଜଳ ନିଷ୍କାସନ, ଗ୍ରାମ୍ୟ ରାସ୍ତା ମରାମତି ଓ ନିର୍ମାଣ, ସରକାରୀ ରାସ୍ତା ଅବରୋଧ ହଟାଇବା ଆଦି ଅଭିଯୋଗଗୁଡ଼ିକ ମୁଖ୍ୟ ସ୍ଥାନରେ ଥିଲା । ଏଗୁଡ଼ିକର ତୁରନ୍ତ ଫଇସଲା ପାଇଁ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।


Next Post

ଦଶିପୁର ପଞ୍ଚାୟତରେ ପାନୀୟ ଜଳ ପ୍ରକଳ୍ପ ନିର୍ମାଣରେ ଅନିୟମିତତା ଅଭିଯୋଗ

Mon Oct 7 , 2024
କେନ୍ଦ୍ରାପଡ଼ା, ୭ା୧୦: କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ ଅନ୍ତର୍ଗତ ଦଶିପୁର ଗ୍ରାମପଞ୍ଚାୟତରେ ନିର୍ମାଣ କରାଯାଇଥିବା ପାନୀୟ ଜଳ ପ୍ରକଳ୍ପ ନିର୍ମାଣରେ ଅନିୟମିତତା କରାଯାଇଥିବା ସୋମବାର ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିରରେ ପଞ୍ଚାୟତବାସୀଙ୍କ ପକ୍ଷରୁ ଅଭିଯୋଗ ହୋଇଛି। ପଞ୍ଚାୟତବାସୀମାନେ ଅଭିଯୋଗ କରିଛନ୍ତି ଯେ ସେହି ପାନୀୟ ଜଳ ପ୍ରକଳ୍ପରୁ ଗ୍ରାମବାସୀଙ୍କୁ ଯୋଗାଇ ଦିଆଯାଉଥିବା ପାନୀୟ ଜଳ ବହୁତ ଧିର ଗତିରେ ଆସୁଥିବା ବେଳେ ଅନେକ ସ୍ଥାନରେ ପାଇପ୍ ଫାଟି ଯାଇଥିବା […]

KANIKA