କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି



କେନ୍ଦ୍ରାପଡ଼ା,୭ା୧୦: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଦୁହୁରିଆସ୍ଥିତ ରତ୍ନାକର ନୋଡାଲ ଉଚ୍ଚ ବିଦ୍ୟାଳୟ ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରୀୟ ଶିଶୁମହୋତ୍ସବ ସୁରଭି -୨୦୨୪ ନାରାୟଣୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଜମଧର ଠାରେ ସେହି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବାବୁରୀଚରଣ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ମଣ୍ଡଳ ଶିକ୍ଷାଧିକାରୀ କୈଳାସ ଚନ୍ଦ୍ର ଦଳାଇ, ସମ୍ମାନିତ ଅତିଥି ସହ ମଣ୍ଡଳ ଶିକ୍ଷାଧିକାରୀ ହିରଣ୍ୟ ବାରିକ, ମୁଖ୍ୟବକ୍ତା ଅବସରପ୍ରାପ୍ତ ଆରକ୍ଷୀ ଅଧୀକ୍ଷକ ନାରାୟଣ ଚନ୍ଦ୍ର ବାରିକ, ସମ୍ମାନିତ ଅତିଥି ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ପ୍ରମୋଦ କୁମାର ବେହେରା ପ୍ରମୁଖ ଯୋଗଦେଇ ଶିଶୁମହୋତ୍ସବ ଶିଶୁମାନଙ୍କର ସୁପ୍ତ ପ୍ରତିଭାକୁ ଜାଗ୍ରତ କରିବା ପାଇଁ ଏକ ଉପଯୁକ୍ତ କ୍ଷେତ୍ର ବୋଲି ମତବ୍ୟକ୍ତ କରିଥିଲେ। ଶିକ୍ଷୟିତ୍ରୀ ରଶ୍ମିତା ରାୟ ଅତିଥି ପରିଚୟ ପ୍ରଦାନ କରିଥିଲେ। ସାଧନକେନ୍ଦ୍ର ସଂଯୋଜକ ଅନନ୍ତ କୁମାର ପରିଡାଙ୍କ ସଂଯୋଜନାରେ ପରିଚାଳିତ ସୁରଭି କାର୍ଯ୍ୟକ୍ରମରେ ବରିଷ୍ଠ, କନିଷ୍ଠ, ବରିଷ୍ଠ (ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ), ଉପ କନିଷ୍ଠ ବର୍ଗରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କୁ ନେଇ ବକ୍ତୃତା, ତର୍କ, ଚିତ୍ରାଙ୍କନ, ପ୍ରବନ୍ଧ, କୁଇଜ, ଗଣିତ ଦୌଡ, ଗଳ୍ପ କଥନ, ଚିତ୍ରକଳା, ହସ୍ତଶିଳ୍ପ, ସାଂସ୍କୃତିକ କାର୍ଯ୍ୟକ୍ରମ, ସଙ୍ଗୀତ ଆଦି ବିଭିନ୍ନ ବିଭାଗରେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଅବସରପ୍ରାପ୍ତ ଆରକ୍ଷୀ ଅଧିକ୍ଷକ ନାରାୟଣ ଚନ୍ଦ୍ର ବାରିକ, ଜମଧର ଗ୍ରାମପଞ୍ଚାୟତର ପୂର୍ବତନ ସରପଞ୍ଚ ଅଭିମନ୍ୟୁ ମହାନ୍ତି, ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ଅନନ୍ତ କୁମାର ପରିଡା, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବାବୁରୀଚରଣ ବାରିକ ପ୍ରମୁଖ ଯୋଗଦେଇ କୃତୀ ପ୍ରତିଯୋଗୀମାନଙ୍କୁ ଟ୍ରଫି ଓ ପ୍ରମାଣପତ୍ର ପ୍ରଦାନ କରିଥିଲେ। ପ୍ରତ୍ୟେକ ବିଭାଗରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ମାନେ ବ୍ଲକ ସ୍ତରୀୟ ଶିଶୁମହୋତ୍ସବ ସୁରଭିରେ ଭାଗ ନେବାପାଇଁ ଯୋଗ୍ୟବିବେଚିତ ହୋଇଛନ୍ତି। ଶେଷରେ ଶିକ୍ଷୟିତ୍ରୀ ରଶ୍ମିତା ରାଉତ ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଶିକ୍ଷକ ଦୁଃଶାସନ ରାଉତ, ରାଜେନ୍ଦ୍ର ସାହୁ, ଶିବନାରାଯଣ ମହାନ୍ତି, ଲିଲି ସାହୁ, ପାର୍ବତୀ ପରିଡା, ସେକ ଫଯାଜୁଦ୍ଦିନ, ରତ୍ନପ୍ରଭା ସାହୁ ପ୍ରମୁଖ ସହଯୋଗ କରିଥିଲେ।


Discover more from

Subscribe now to keep reading and get access to the full archive.

Continue reading