ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟର ଗଣିତ ବିଭାଗରେ ଆଲୋଚନା ଚକ୍ର



ପଟ୍ଟାମୁଣ୍ଡାଇ ୯.୧୦- ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟରେ ଗଣିତ ବିଭାଗ ତରଫରୁ “ସିଙ୍ଗୁଲାର ସଲୁସନ ଅଫ ଡିଫରେନସିଆଲ ଇକ୍ୟୁଏସନ ଆଣ୍ଡ ଇଟ୍ସ ଆପଲିକେସନ” ବିଭାଗ ସ୍ଥରୀୟ ଆଲୋଚନାଚକ୍ର ମହାବିଦ୍ୟାଳୟର ଅଧକ୍ଷ ପ୍ରଫେସର ଦିଲ୍ଲୀପ କୁମାର ଭୂୟାଁଙ୍କ ପୌରହିତରେ ଗତ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏହି ଆଲୋଚନା ଚକ୍ରରେ ଗଣିତ ବିଭାଗର ମୁଖ୍ୟ ଅଧ୍ୟାପକ ଅରବିନ୍ଦ ପାଣ୍ଡବ ସ୍ୱାଗତଭାଷଣ ଓ ଆଲୋଚନା ଚକ୍ରର ସନ୍ଧର୍ଭ ପାଠ କରିଥିଲେ । ମହାକାଳପଡ଼ାର ଶ୍ରୀ ଶ୍ରୀ ବାୟାବାବା ମହାବିଦ୍ୟାଳୟର ଅଧ୍ୟାପକ ଡ଼ ଅରୁଣ କୁମାର ତ୍ରିପାଠୀ ଆଲୋଚକ ଭାବେ ଯୋଗ ଦେଇଥିଲେ । ଏହି ଆଲୋଚନା ଚକ୍ରରେ ଡ଼ ତ୍ରିପାଠୀ ସିଙ୍ଗୁଲାର ସଲୁସନର ମୂଳ ତତ୍ୱ ଓ ପ୍ରୟୋଗ ବିଷୟରେ ଆଲୋଚନା ପୂର୍ବକ ପିଲାମାନଙ୍କ ସହ ପ୍ରଶ୍ନ ଉତର କାର୍ଯ୍ୟ କ୍ରମରେ ଭାଗ ନେଇ ଥିଲେ । ବିଭାଗର ଅନ୍ୟତମ ଅଧ୍ୟାପକ ଡ ନିର୍ମଳ କୁମାର ସାହୁ ଧନ୍ୟବାଦ ପ୍ରସ୍ତାବ ରଖିଥିଲେ । ବିଭାଗର ସମସ୍ତ ଛାତ୍ରଛାତ୍ରୀ ଏବଂ ମହାବିଦ୍ୟାଳୟର ଅଧ୍ୟାପିକାଅଧ୍ୟାପକ ମାନେ ଅଂଶ ଗ୍ରହଣ କରିଥିଲେ ।


Next Post

କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ୧୧୫ତମ ଦୀନବନ୍ଧୁ ସାହୁ ଜୟନ୍ତୀ ଓ ସ୍ମାରକୀ ବକ୍ତୃତା ପାଳନ

Thu Oct 10 , 2024
କେନ୍ଦ୍ରାପଡ଼ା, ୧୦ା୧୦: ଆଜି କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ମହାବିଦ୍ୟାଳୟର ପ୍ରତିଷ୍ଠାତା ସ୍ୱର୍ଗତ ଦୀନବନ୍ଧୁ ସାହୁଙ୍କର ୧୧୫ତମ ଜୟନ୍ତୀ ପାଳନ ହୋଇଯାଇଛି । ଏହି ଉପଲକ୍ଷେ ଏକ ସ୍ମାରକୀ ବକ୍ତୃତା ଅନୁଷ୍ଠିତ ହୋଇଥିଲା । ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଅଭିଜିତ ବୋଷ ଅଧ୍ୟକ୍ଷତା କରି ସ୍ୱାଗତ ଅଭିଭାଷଣ ରଖିଥିଲେ । ଉକ୍ତ ସଭାରେ ମୁଖ୍ୟ ଅତିଥି ଭାବରେ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ନନ୍ଦକିଶୋର ପରିଡା ଯୋଗଦେଇ ତାଙ୍କ ବକ୍ତବ୍ୟରେ ଦୀନବନ୍ଧୁ ସାହୁଙ୍କର […]

You May Like