ହବିଷ୍ୟାଳୀଙ୍କ ପଞ୍ଚୁକ ବ୍ରତ ପାଳନ ପାଇଁ ପ୍ରସ୍ତୁତି ବୈଠକ


କେନ୍ଦ୍ରାପଡ଼ା,୧୫ା୧୦ : କେନ୍ଦ୍ରାପଡା ସହର ଉପକଣ୍ଠ ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମ ପରିସରରେ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଆସନ୍ତା ପଞ୍ଚୁକରେ ତୁଳସୀକ୍ଷେତ୍ରରେ ହବିଷ୍ୟାଳୀମାନଙ୍କ କାର୍ତ୍ତିକବ୍ରତ ପାଳନ ପାଇଁ ଏକ ପ୍ରାରମ୍ଭିକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ନଭେମ୍ବରମାସ ୧୦ତାରିଖ ଠାରୁ ୧୫ତାରିଖ ପର୍ଯ୍ୟନ୍ତ ତୁଳସୀକ୍ଷେତ୍ରରେ ଏହି ବ୍ରତ ପାଳନ କରାଯିବ। ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠିରୁ ମଞ୍ଜୁୁର ହୋଇଥିବା ଅନୁଦାନରେ “ତୁଳସୀ ଭବନ” ନିର୍ମାଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇନଥିବାରୁ ତାହାକୁ ତୁରନ୍ତ ସଂପୂର୍ଣ୍ଣ କରିବା ପାଇଁ ପୈାରନିର୍ବାହୀ ଅଧିକାରୀଙ୍କୁ ନିବେଦନ କରାଯାଇଥିଲା। ଶ୍ରୀବଳଦେବଜୀଉଙ୍କ ଯାତ୍ରୀନିବାସରେ ହବିଷ୍ୟାଳୀମାନଙ୍କ ପାଇଁ କାର୍ତ୍ତିକ ପଞ୍ଚୁକ ବ୍ରତ ପାଳନ ଅବସରରେ ଦୈନିକ ସେଠାରେ ବିଭିନ୍ନ ସାଧୁସନ୍ଥମାନଙ୍କ ଦ୍ୱାରା ଆଧ୍ୟାତ୍ମିକ ପ୍ରବଚନ, ଆଲୋଚନା ଚକ୍ର ଓ ସଂକୀର୍ତ୍ତନ କରାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଥିନିମନ୍ତେ ଆବଶ୍ୟକ ପ୍ରସ୍ତୁତି କିଭଳି କରାଯିବ ଏବଂ ଯଥାଯଥ ଭାବେ କାର୍ତ୍ତିକ ପଞ୍ଚୁକ ବ୍ରତ ପାଳନ କରାଯିବା ପାଇଁ ବିଧି ମୁତାବକ କାର୍ଯ୍ୟସୂଚୀ ପ୍ରସ୍ଥୁତ କରାଯାଇଥିଲା। ଏହି ପ୍ରସ୍ତୁତି ବୈଠକରେ ଜିଲ୍ଲା ପରିଷଦ ସଭାପତି ଲିଲିତା ଦାସ, ଆଶ୍ରମର ଉପାଧ୍ୟକ୍ଷ ଡ. କାଳୀପ୍ରସନ୍ନ ଶତପଥୀ, ଦ୍ରୈାପଦୀ ରାଉତ, ରୀତାଞ୍ଜଳି ନାଥ,ମିନତୀ ମହାନ୍ତି, ସରଳା ମହାରଣା, ମନୋରଞ୍ଜନ ତ୍ରିପାଠୀ, ଅଭିମନ୍ୟୁ ଗୋଛାୟତ, ଦୀପକ କୁମାର ସାହୁ, ଗଗନବିହାରୀ ସିଂ, ଶ୍ରୀଧର କୁମାର ମହାନ୍ତି, ହରିଶ ମଲ୍ଲିକ, ସେକ ସମସେର ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ବ୍ରହ୍ମଚାରୀ ନୃସିଂହ ନାଥ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।


Discover more from

Subscribe now to keep reading and get access to the full archive.

Continue reading