ବାତ୍ୟା ‘ଦାନା’ ଆଉ ୧୮୦ କିମି ଦୂରରେ , ସତର୍କ ରହିବାକୁ କହିଲା ପାଣିପାଗ ବିଭାଗ, ତାଳଚୁଆରେ ଲ୍ୟାଣ୍ଡ କରିପାରେ


ଭୁବନେଶ୍ୱର,୨୪।୧୦- ଭୀଷଣ ବାତ୍ୟା ନେଇ ଉପକୂଳଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଗୁରୁବାର ମଧ୍ୟରାତ୍ରରେ ଏହା ସ୍ଥଳଭାଗ ଛୁଇଁବ। ବର୍ତ୍ତମାନ ଏହା ପାରାଦୀପଠାରୁ ୧୮୦ କିମି ଦୂରରେ ଥିବା ବେଳେ ଧାମରାଠାରୁ ୨୧୦ କିମି ଦୂରରେ ରହିଛି। ରାତିରେ ଲ୍ୟାଣ୍ଡଫଲ ହେବାକୁ ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଲ୍ୟାଣ୍ଡଫଲକୁ ନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଭୀଷଣ ବାତ୍ୟାର ରୂପ ନେଇଥିବା ଦାନା ଭୟଙ୍କର ବେଗରେ ସ୍ଥଳଭାଗ ଆଡକୁ ଘଣ୍ଟା ପ୍ରତି ୧୨ କିମି ବେଗରେ ଗତି କରୁଛି । ବର୍ତ୍ତମାନ ଏହା ପାରାଦୀପଠାରୁ ୧୮୦ କିମି ଦକ୍ଷିଣ-ପୂର୍ବ ଦିଗରେ ଓ ଢାମରା ବନ୍ଦରଠାରୁ ୨୧୦ କିମି ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। କେନ୍ଦ୍ରାପଡା ଜିଲାର ଭିତରକନିକା ଓ ଭଦ୍ରକ ଜିଲାର ଚାନ୍ଦବାଲି ଢାମରା ମଧ୍ୟରେ ସ୍ଥଳଭାଗ ମଧ୍ୟକୁ ପ୍ରବେଶ କରିବ । ସ୍ଥଳ ଭାଗ ଛୁଇଁବା ସମୟରେ ପବନର ଘଣ୍ଟାପ୍ରତି ବେଗ ୧୦୦ରୁ ୧୨୦ କିମି ରହିବ। ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ ପୂର୍ବରୁ ସାମାନ୍ୟ ଦିଗ ବଦଳାଇପାରେ ବୋଲି ପୂର୍ବରୁ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି। ପଶ୍ଚିମ ଓ ପଶ୍ଚିମଦକ୍ଷିଣ ଆଡ଼େ ଟିକେ ଦିଗ ବଦଳାଇପାରେ। ଏହା ପ୍ରଭାବରେ ୨୬ ବେଳକୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ।
କିନ୍ତୁ ଅନ୍ୟପଟେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ମଧ୍ୟ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଲ୍ୟାଣ୍ଡଫଲ୍‌ବେଳେ ବାତ୍ୟାର ପଶ୍ଚିମ-ଉତ୍ତର ପଶ୍ଚିମକୁ ଗତି କରିବ। ବାତ୍ୟାର ଗତିପଥ ଟିକେ ବଙ୍କେଇବ। ତେବେ ବାତ୍ୟା ପ୍ରଭାବରେ ୨୪ ଏବଂ ୨୫ ତାରିଖ ଦୁଇଦିନ ପ୍ରବଳ ବର୍ଷା ହେବ। କିଛି ସ୍ଥାନରେ ଅତି ଭୀଷଣ ବର୍ଷା ମଧ୍ୟ ହୋଇପାରେ ବୋଲି ଆଇଏମଡି ଡିଜି ସୂଚନା ଦେଇଛନ୍ତି। ଆକଳନ କରାଯାଉଛି ଯେ, ବାତ୍ୟା କେନ୍ଦ୍ରାପଡା ତାଳଚୁଆରେ ଲ୍ୟାଣ୍ଡ କରିପାରେ। ଭିତରକନିକା- ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିବାକୁ ନେଇ ପୂର୍ବରୁ ମଧ୍ୟ ଆକଳନ କରିସାରିଛି ପାଣିପାଗ ବିଭାଗ ।


Next Post

ଦୁର୍ବଳ ହେବ ନାହିଁ ବାତ୍ୟା, ଭୀଷଣ ରୂପ ନେଇ ସ୍ଥଳଭାଗ ଛୁଇଁବ

Thu Oct 24 , 2024
ଭୁବନେଶ୍ୱର,୨୪।୧୦:-ଉପକୂଳଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଗୁରୁବାର ମଧ୍ୟରାତିରୁ ଶୁକ୍ରବାର ପୂର୍ବାହ୍ନ ଯାଏଁ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ ବୋଲି ଆଇଏମ୍‌‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ବଡ଼ ସୂଚନା ଦେଇଛନ୍ତି। ଲ୍ୟାଣ୍ଡଫଲ ବେଳେ ବାତ୍ୟାର ବେଗ ଅଧିକ ରହିବା ଅନୁମାନ କରାଯାଉଥିବାରୁ ମାଟି ଘରେ ଥିବା ଲୋକେ ପକ୍କା ଘରକୁ ଚାଳିଯିବାକୁ କୁହାଯାଇଛି। ଏପରିକି ଟିଣ ଘର, ଗଛ, ବିଦ୍ୟୁତ୍‌‌ ଖୁଣ୍ଟ ଉପୁଡ଼ିବା ସମ୍ଭାବନା ରହିଛି। ଏହି ସମୟ […]

KANIKA