ଲ୍ୟାଣ୍ଡଫଲ୍‌ କଲା ଦାନା: ଆରମ୍ଭ ହେଲାଣି ବର୍ଷା ସାଙ୍ଗକୁ ଜୋରଦାର ପବନ


କେନ୍ଦ୍ରାପଡ଼ା ୨୫/୧୦-ବାତ୍ୟା ଦାନା ସ୍ଥଳଭାଗ ଛୁଇଁଛି। ଭିତରକନିକା-ଧାମରା ଅଞ୍ଚଳରେ ଲ୍ୟାଣ୍ଡଫଲ୍‌‌ କରୁଛି ବାତ୍ୟା।ଲ୍ୟାଣ୍ଡଫଲ୍‌‌ ପ୍ରକ୍ରିୟା ସକାଳ ଯାଏ ଚାଲୁ ରହିବ।ଏବେ ବାଲେଶ୍ୱର,ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରର ଉପକୂଳ ଅଞ୍ଚଳରେ ୮୦ ରୁ ୧୦୦ କିମି ଚାଲିଛି। ଆଗକୁ ପବନର ବେଗ ଆହୁରି ବଢ଼ିବ।

ବାତ୍ୟା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରେସ ସୂଚନା ଦେଇଛନ୍ତି। ସେ କହିଛନ୍ତି,ଏଯାବତ ୫ ଲକ୍ଷ ୮୪ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଗଲାଣି। ଆହୁରି ପ୍ରାୟ ୬ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତରଣ କରାଯିବ। ୮୩୮୨ ବାତ୍ୟା ଆଶ୍ରୟସ୍ଥଳୀରେ ଲୋକମାନଙ୍କୁ ରଖାଯାଇଛି। ବାଲେଶ୍ୱର ଜିଲାରେ ସର୍ବାଧିକ ୧.୭୨ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ସେହିପରି ମୟୂରଭଞ୍ଜରେ ଲକ୍ଷେ, ଭଦ୍ରକରେ ୭୫ ହଜାର ସ୍ଥାନାନ୍ତର କରାଯାଇଛି। ଯାଜପୁରରେ ୬୦ ହଜାର, କେନ୍ଦ୍ରାପଡ଼ାରେ ୪୬ ହଜାର ସ୍ଥାନାନ୍ତର ହୋଇଛନ୍ତି। ମୋଟ ୪୪୨୧ ଆସନ୍ନ ପ୍ରସବାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲ।ସେଥିମଧ୍ୟରୁ ପ୍ରାୟ ୧୬ଶହ ଗର୍ଭବତୀ ପ୍ରସବ କରିସାରିଛନ୍ତି।

 

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ବାତ୍ୟା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହାଙ୍କ ସହ ଆଲୋଚନା କରିଛି। ଆମର ପ୍ରସ୍ତୁତି ନେଇ ପ୍ରଧାନମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଛନ୍ତି।


Discover more from

Subscribe now to keep reading and get access to the full archive.

Continue reading