କେନ୍ଦ୍ରାପଡ଼ା,୨୮ା୧୦: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଗାନ୍ଧୀଭବନଠାରେ ଉଚ୍ଚଶିକ୍ଷା ବିଭାଗ ଓଡିଶା ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଏକ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶପଥ ପାଠରେ ମହାବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଏବଂ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ସମ୍ମିଳିତ ଭାବେ ‘ଦୁର୍ନୀତି ନିବାରଣ ସଚେତନତା’ କାର୍ଯ୍ୟକ୍ରମରେ ଶପଥ ପାଠ କରିଥିଲେ । ଉଚ୍ଚଶିକ୍ଷା ବିଭାଗ ଓଡିଶା ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଏହି ସପ୍ତାହଟି ଚଳିତ ମାସ ୨୮ […]

କେନ୍ଦ୍ରାପଡା ୨୮/୧୦- ପୁନର୍ବାସ ପରିସରରେ ବିବିଧ କଳାର ସମ୍ବିଳିତ ମଞ୍ଚ “ସିମ୍ଫୋନି’ ପକ୍ଷରୁ ଆସନ୍ତା ଡିସେମ୍ବର ମାସରେ ଜିଲ୍ଲାରେ ପ୍ରଥମଥର ହେବାକୁ ଯାଉଥିବା ତ୍ରିଦିବସୀୟ ରାଜ୍ୟସ୍ତରୀୟ ନାଟ୍ୟ ମହୋତ୍ସବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ମୁଖ୍ୟ ଉପଦେଷ୍ଟା ବିରଜା ରାଉତରାୟଙ୍କ ସଞ୍ଚାଳନରେ ଅନୁଷ୍ଠିତ ଏହି ବୈଠକରେ ଅଭିଜ୍ଞ ବିଶାରଦ ଭାବେ ଓଡିଶା ନାଟ୍ୟ ସଂଘର ସମ୍ପାଦକ ଶୁଭକାନ୍ତ ପାଢୀ, ଆକାଶବାଣୀର ବେତାର ନାଟ୍ୟ ଶିଳ୍ପୀ ସମୀର ମିଶ୍ର, […]

କେନ୍ଦ୍ରାପଡ଼ା, ୨୮ା୧୦: କେନ୍ଦ୍ରାପଡ଼ା ଜିଲ୍ଲାର ଡେରାବିଶ ବ୍ଲକ ପରିସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ମୋଟ ୫୬ଟି ଅଭିଯୋଗ ଆସିଥିଲା। ସେଥିମଧ୍ୟରୁ ୫୦ଟି ବ୍ୟକ୍ତିଗତ ଅଭିଯୋଗ ହୋଇଥିବା ବେଳେ ୬ଟି ସାମୁହିକ ଅଭିଯୋଗ ଥିଲା। ବିଶେଷକରି ରାସନ କାର୍ଡ, ଇନ୍ଦିରା ଆବାସ, ଗାଈ ଗୁହାଳ ଓ ନାଗରିକତ୍ୱକୁ ନେଇ ବ୍ୟକ୍ତିଗତ ଅଭିଯୋଗ ଗୁଡିକ […]

କେନ୍ଦ୍ରାପଡ଼ା,୨୮ା୧୦: ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶାନୁଯାୟୀ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୪ ଅକ୍ଟୋବର ୨୮ତାରିଖ ରୁ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଭାସୀ ମାଧ୍ୟମରେ ରାଜ୍ୟର ସମସ୍ତ ବିଭାଗର ଉଚ୍ଚ ପଦସ୍ଥ ଅଧିକାରୀ ଓ କର୍ମଚାରୀଙ୍କୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ଲୋକସେବା ଭବନର କନଭେନ୍‌ସନ୍ ସଭାଗୃହରୁ ଦୁର୍ନୀତି ନିବାରଣ ଶପଥ ପାଠ କରାଇଥିଲେ । ସୋମବାର ପୂର୍ବାହ୍ନ […]

ପଟ୍ଟାମୁଣ୍ଡାଇ ୨୮/୧୦-ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ କଷଣଅଂଟା ଗ୍ରାମରୁ ୪ଟି ହାଇୱା ଟ୍ରକର ୮ଟି ବ୍ୟାଟେରୀ ଚୋରୀ ହୋଇଯାଇଛି । ଏ ସମ୍ପର୍କରେ ପଟ୍ଟାମୁଣ୍ଡାଇ ଥାନାରେ ଏତଲା ଦିଆଯାଇଛି । ପ୍ରକାଶ ଯେ ଗତ ୨୫ ତାରିଖ ଝଡ଼ବାତ୍ୟା ଯୋଗୁଁ ପ୍ରବଳ ବର୍ଷା ପବନ ବହିବା ଫଳରେ ବିଦ୍ୟୁତ ସରବରାହ ବନ୍ଦ ରହିଥିଲା । ଘନ ଅନ୍ଧକାର ସୁଯୋଗ ନେଇ କିଛି ଦୁବୃର୍ତ ଲଲାଟେନ୍ଦୁ ସ୍ୱାଇଁଙ୍କ ହାଇୱା ଟ୍ରକରୁ ୨ଟି […]

ପଟ୍ଟାମୁଣ୍ଡାଇ ତା ୨୮/୧୦-ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ଗୋଗୁଆ ଠାରେ ନବ ନିର୍ମିତ ନାୟାରା ଫିଲିଙ୍ଗ ଷ୍ଟେସନ ଉଦଘାଟିତ ହୋଇଯାଇଛି ।  ଏହି ଉପଲକ୍ଷେ ଏ ବି ଗ୍ରୁପ ଅଧ୍ୟକ୍ଷ ଆଦେଶ କୁମାର ବେହେରାଙ୍କ ପୌରହିତ୍ୟରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ କେନ୍ଦ୍ରାପଡ଼ା ବିଧାୟକ ପୂର୍ବତନମନ୍ତ୍ରୀ ଗଣେଶ୍ୱର ବେହେରା, ରାଜନଗର ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି ଓ ପୌର ପରିଷଦ ଅଧ୍ୟକ୍ଷ ହେମନ୍ତ ସାହୁ ଯଥାକ୍ରମେ ମୁଖ୍ୟଅତିଥି, ମୁଖ୍ୟ ବକ୍ତା ଓ ସମ୍ମାନିତଅତିଥି […]

ଭୁବନେଶ୍ୱର, ୨୭/୧୦ : ଆଜି ଅପରାହ୍ଣରେ ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୁଜାରୀ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ବାତ୍ୟା ‘ଦାନା’ର ପ୍ରଭାବ ଏଥି ଜନିତ ଲଗାଣ ବର୍ଷାରେ ବିଶେଷ ଭାବେ ପ୍ରଭାବିତ ହୋଇଥିବା ବାଲେଶ୍ୱର, କେନ୍ଦ୍ରାପଡା, ଭଦ୍ରକ ଓ ମୟୁରଭଞ୍ଜ ଜିଲ୍ଲାରେ ଚାଲିଥିବା ରିଲିଫ ଏବଂ ପୁନରୁଦ୍ଧାର କାର୍ଯ୍ୟ ସଂପର୍କରେ ସମୀକ୍ଷା କରିଥିଲେ । ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ […]

କେନ୍ଦ୍ରାପଡା,୨୭ା୧୦- ବାତ୍ୟା ଦାନାର ମୁକାବିଲା ଓ ପରିଚାଳନା ନେଇ ରାଜ୍ୟ ସରକାର ନିଜର ସଫଳତା ଦାବି କରି ଡିଣ୍ଡିମ ପିଟି ଚାଲିଥିବା ବେଳେ କେନ୍ଦ୍ରାପଡା ଜିଲା ରାଜନଗର ବିଜୁ ଜନତା ଦଳ ତରଫରୁ ଆଜି ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ରାଜ୍ୟ ସରକାର ବାତ୍ୟା ପରିଚାଳନାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି ବୋଲି ଦାବି କରିଛି। ରାଜନଗର ବ୍ଲକ ସାନବଡଗୋପାଳପୁର ପଚାଂୟତ ତ୍ରିନାଥ ବଜାର ପୂର୍ତ ବିଭାଗ ବଙ୍ଗଳା ପରିସରରେ ଅନୁଷ୍ଠିତ ସାମ୍ବାଦିକ […]