ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଉପଲକ୍ଷେ ମିନି ମାରାଥନ



କେନ୍ଦ୍ରାପଡ଼ା, ୨ା୧୧: ଅକ୍ଟୋବର ୨୯ ତାରିଖ ଦିନ ରାଜ୍ୟ ସାରା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ୨୦୨୪ ପାଳନ କରାଯାଉଛି । ଏହି ଉପଲକ୍ଷେ ଗରାପୁରସ୍ଥିତ ଜିଲ୍ଲା ଜରୁରୀକାଳୀନ ଅଧିକାରୀଙ୍କ କାର୍ଯ୍ୟାଳୟଠାରୁ ବିଭିନ୍ନ ସ୍ଲୋଗାନ୍ ଦେଇ ଏକ ମିନି ମାରାଥନ ବାହାରି ସହର ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ସମାପନ ହୋଇଥିଲା । ଏହି ମିନି ମାରାଥନକୁ ମୁଖ୍ୟ ଅତିଥି ରୂପେ ଯୋଗଦେଇ କେନ୍ଦ୍ରାପଡା ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନ ପତାକା ଦେଖାଇ ଉଦ୍‌ଘାଟନ କରିଥିଲେ । ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନିଲୁ ମହାପାତ୍ର, ଜିଲ୍ଲା କ୍ରୀଡା ଅଧିକାରୀ ଲାକନାଥ ପାଣିଗ୍ରାହୀ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ମିନି ମାରାଥନରେ ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ବିଭିନ୍ନ କ୍ରୀଡା ସଂଗଠନର ଶତାଧିକ ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ । ଏଥିସହିତ ଜିଲ୍ଲା ଜରୁରୀକାଳୀନ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ଯୋଗ ଦେଇଥିଲେ ।


Next Post

ବଢ଼ିଲା କମରସିଆଲ ଗ୍ୟାସ୍ ଦର. ଫରକ ପଡୁନି ହୋଟେଲ ବ୍ୟବସାୟୀଙ୍କୁ, ଘରୋଇ ଗ୍ୟାସ ବ୍ୟବହାର ହୋଟେଲରେ ,

Sat Nov 2 , 2024
ପଟ୍ଟାମୁଣ୍ଡାଇ ୧/୧୧ -ସରକାରୀ ତୈଳ କମ୍ପାନୀଗୁଡ଼ିକ ମାସର ପ୍ରଥମ ଦିନରେ ଏଲ୍‌ପିଜି ସିଲିଣ୍ଡରର ମୂଲ୍ୟ ସମୀକ୍ଷା କରନ୍ତି । ସେଥିନେଇ ଶୁକ୍ରବାର ଠାରୁ ନୂଆ ମାସ ଆରମ୍ଭ ହେଉଥିବାରୁ ନଭେମ୍ବର ୧ରୁ ୧୯ କିଲୋଗ୍ରାମ ବ୍ୟବସାୟିକ ଏଲ୍‌ପିଜି ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରାଯାଇଛି। ଏନେଇ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର କମରସିଆଲ ଗ୍ୟାସ ବ୍ୟବହାରକାରୀ ଦୋକାନୀ ମାନଙ୍କୁ କୌଣସି ଫରକ ପଡିନାହିଁ । କାରଣ ସେମାନେ ଗ୍ୟାସ ବିତରଣକାରୀ […]

KANIKA