ହବିଷ୍ୟାଳୀଙ୍କ ପଞ୍ଚୁକ ବ୍ରତ ପାଳନ ପାଇଁ ପ୍ରସ୍ତୁତି ବୈଠକ


କେନ୍ଦ୍ରାପଡ଼ା,୭ା୧୧: ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମ ପରିସରରେ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଆସନ୍ତା ପଞ୍ଚୁକରେ ତୁଳସୀକ୍ଷେତ୍ରରେ ହବିଷ୍ୟାଳୀମାନଙ୍କ କାର୍ତ୍ତିକ ପଞ୍ଚୁକ ବ୍ରତ ପାଳନ ପାଇଁ ଶେଷ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ନଭେମ୍ବରମାସ ୧୦ତାରିଖ ଠାରୁ ୧୫ତାରିଖ ପର୍ଯ୍ୟନ୍ତ ତୁଳସୀକ୍ଷେତ୍ରରେ ଏହି ବ୍ରତ ପାଳନ କରାଯିବ। ଶ୍ରୀବଳଦେବଜୀଉଙ୍କ ଯାତ୍ରୀନିବାସରେ ହବିଷ୍ୟାଳୀମାନଙ୍କ ପାଇଁ କାର୍ତ୍ତିକ ପଞ୍ଚୁକ ବ୍ରତ ପାଳନ ଅବସରରେ ଦୈନିକ ବିଭିନ୍ନ ସାଧୁସନ୍ଥମାନଙ୍କ ଦ୍ୱାରା ଆଧ୍ୟାତ୍ମିକ ପ୍ରବଚନ, ଆଲୋଚନା ଚକ୍ର ଓ ସଂକୀର୍ତ୍ତନ କରାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ଏଥି ପାଇଁ ଆବଶ୍ୟକ ପ୍ରସ୍ତୁତି କିଭଳି କରାଯିବ ସେଥିନିମନ୍ତେ ଯଥାଯଥ ଭାବେ କାର୍ତ୍ତିକ ପଞ୍ଚୁକ ବ୍ରତ ବିଧି ମୁତାବକ ପାଳନ ପାଇଁ କାର୍ଯ୍ୟସୂଚୀ ପ୍ରସ୍ତୁତ କରାଯାଇଥିଲା। ପ୍ରସ୍ତୁତି ବୈଠକରେ ଜିଲ୍ଲା ପରିଷଦ ସଭାପତି ଲିଲିତା ଦାସ, ଆଶ୍ରମର ଉପାଧ୍ୟକ୍ଷ ଡ. କାଳୀପ୍ରସନ୍ନ ଶତପଥୀ, ଦ୍ରୈାପଦୀ ରାଉତ, ରୀତାଞ୍ଜଳି ନାଥ, ମିନତୀ ମହାନ୍ତି, ସରଳା ମହାରଣା, ମନୋରଞ୍ଜନ ତ୍ରିପାଠୀ, ଅଭିମନ୍ୟୁ ଗୋଛାୟତ, ଦୀପକ ସାହୁ, ଶ୍ରୀଧର କୁମାର ମହାନ୍ତି ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ବ୍ରହ୍ମଚାରୀ ନୃସିଂହ ନାଥ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ। ତୁଳସୀକ୍ଷେତ୍ରରେ ରହି କାର୍ତ୍ତିକ ପଞ୍ଚୁକ ବ୍ରତ ପାଳନ କରିବାକୁ ଚାହୁଁଥିବା ମା’ମାନେ ଯଥାଶୀଘ୍ର ଗରାପୁର ଶିବାନନ୍ଦ ଆଶ୍ରମ ସହିତ ଯୋଗାଯୋଗ କରିବାକୁ ନିବେଦନ ଆଶ୍ରମ ପକ୍ଷରୁ କରାଯାଇଛି।


Next Post

ଧୋୟାଂଚଳରେ ବିଜେଡି ପଦଯାତ୍ରା ପ୍ରସ୍ତୁତି ବୈଠକ

Thu Nov 7 , 2024
ପଟ୍ଟାମୁଣ୍ଡାଇ ୭/୧୧ -କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ତଥା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଧୋୟାଂଚଳର ୧୫ନଂ ଜୋନରେ ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ପେଣ୍ଠପାଳ ଠାରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା ଯୋଗ ଦେଇ ଆଗାମୀ ୧୦ ତାରିଖରେ ଜୋନ ସ୍ତରୀୟ ବିଜେଡି ଜନସମ୍ପର୍କ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ଅଭିଯାନକୁ ସଫଳ କରିବାକୁ ଆହ୍ୱାନ ଦେଇଥିଲେ। ଏହି ବୈଠକରେ ଜିଲ୍ଲା […]

KANIKA