ଜାନୁଆରୀ ୧୪ରୁ ଭିତରକନିକା ବନ୍ଦ,


କେନ୍ଦ୍ରାପଡା୧୬ା୧୨-ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀନାଳରେ ବସବାସ କରୁଥବା ବଉଳା କୁମ୍ଭୀରମାନଙ୍କ ଗଣନା କାର୍ଯ୍ୟ ଆସନ୍ତା ଜାନୁଆରୀ ୧୪ରୁ ଆରମ୍ଭ ହୋଇ ୨୨ ତାରିଖରେ ଶେଷ ହେବ। ଏଥିପାଇଁ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କୁ ଏହି ସମୟରେ ପରିଭ୍ରମଣ ପାଇଁ ନିଷିଦ୍ଧ କରାଯାଇଛି। ଫଳରେ ପର୍ଯ୍ୟଟକଙ୍କ ମଧ୍ୟରେ ନୈରାଶ୍ୟଭାବ ଦେଖାଦେଇଛି। ବଉଳା କୁମ୍ଭୀର ବିଶାରଦ ଡ. ସୁଧାକର କର, ରାଜନଗର ଡିଏଫ୍‌ଓ ସୁଦର୍ଶନ ଗୋପୀନାଥ ଯାଦବଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ଗଣନା କରାଯିବ।


Next Post

ଶିଶୁ ଭବିଷ୍ୟତରେ ସୁନାଗରିକ ହୋଇ ଦେଶ ଗଠନରେ ସହାୟକ ହେବେ

Mon Dec 16 , 2024
କେନ୍ଦ୍ରାପଡ଼ା,୧୬ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ମେହେନ୍ଦିପୁରସ୍ଥିତ ଲାଲ ବାହାଦୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ୪୧ତମ ଶିଶୁ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ଓଷ୍ଟାର ପ୍ରାକ୍ତନ ରାଜ୍ୟ ସମ୍ପାଦକ ତ୍ରୈଲୋକ୍ୟ ସ୍ୱାଇଁ ଉଦ୍‌ଘାଟକ ଭାବେ ପ୍ରବୀଣ ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ଦାସ ମୁଖ୍ୟ ଅତିଥି ଭାବେ, ମୁଖ୍ୟବକ୍ତା ଭାବେ ବରିଷ୍ଠ ଶିକ୍ଷକ ନେତା ରାଜ୍ୟ ସମ୍ପାଦକ ପ୍ରଣବ କୁମାର ଜେନା, ବିଶିଷ୍ଟ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା […]

You May Like