ଫସଲହାନୀ କ୍ଷୟକ୍ଷତି ରିପୋର୍ଟ ତୁରନ୍ତ ପ୍ରଦାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ



କେନ୍ଦ୍ରାପଡ଼ା, ୩୧ା୧୨: ଲଗାଣବର୍ଷାରେ କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳରେ ହୋଇଥିବା ଫସଲହାନୀ ଜନିତ କ୍ଷୟକ୍ଷତିର ତଦନ୍ତ ରିପୋର୍ଟ ବୁଧବାର ସନ୍ଧ୍ୟା ସୁଦ୍ଧା ପ୍ରଦାନ କରିବାକୁ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନ ଉପସ୍ଥିତ ବିଭିନ୍ନ ବିଭାଗର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏସମ୍ପର୍କିତ ସମୀକ୍ଷା ବୈଠକରେ ଜିଲ୍ଲାପାଳ ଶ୍ରୀ ପ୍ରଧାନ ଏଭଳି ନିର୍ଦେଶ ଦେଇଥିଲେ। ବୈଠକରେ ଉପସ୍ଥିତ ଜିଲ୍ଲାର ବିଭିନ୍ନ ପ୍ରାଥମିକ କୃଷି ସମବାୟ ସମିତିର ସମ୍ପାଦକ, କଟକ କେନ୍ଦ୍ର ସମବାୟ ବ୍ୟାଙ୍କର ବିଭିନ୍ନ ଶାଖାର ଶାଖା ପରିଚାଳକ, ବିଭିନ୍ନ ବୀମା କମ୍ପାନୀର ପ୍ରତିନିଧିମାନଙ୍କ ସହ ଫସଲ କ୍ଷୟକ୍ଷତି ସମ୍ପର୍କରେ ଜିଲ୍ଲାପାଳ ଆଲୋଚନା କରିବା ସହ ଅବିଳମ୍ବେ ଏସଂକ୍ରାନ୍ତୀୟ ରିପୋର୍ଟ ପ୍ରଦାନ କରିବାକୁ ନିର୍ଦେଶ ଦେଇଥିଲେ। ଏହି ସମୀକ୍ଷା ବୈଠକରେ ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର, ସମବାୟ ସମିତି ସମୁହର ଉପନିବନ୍ଧକ ସନ୍ତୋଷ କୁମାର ଦାସ ଓ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ କଲ୍ୟାଣ ରାଏଙ୍କ ସମେତ ବିବିନ୍ନ ବ୍ଲକର କୃଷି ଅଧିକାରୀମାନେ ଉପସ୍ଥିତ ଥିଲେ।


Discover more from

Subscribe now to keep reading and get access to the full archive.

Continue reading