
କେନ୍ଦ୍ରାପଡ଼ା,୧ା୧: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଷ୍ଟାଫ୍ କମିଟି ପକ୍ଷରୁ ଏକ ସ୍ୱେଛାକୃତ ରକ୍ତଦାନ ଶିବିର ଇଂରାଜୀ ନବବର୍ଷ ଉପଲକ୍ଷେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଜିଲ୍ଲା କାର୍ଯ୍ୟାଳୟ ଷ୍ଟାଫ କମିଟି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହଠାରେ ଆରମ୍ଭ ହୋଇଥିଲା ଏକ ନିଆରା ଓ ମାନବଧର୍ମୀ ମହତ କାର୍ଯ୍ୟ “ରକ୍ତଦାନ ଶିବିର”। ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ଏହାକୁ ଶୁଭ ଉଦ୍ଘାଟନ କରିବା ସହ ଏଭଳି ମହତ କାର୍ଯ୍ୟ ପାଇଁ ଷ୍ଟାଫ୍ କମିଟିର ସଭାପତି ତଥା ଅନ୍ୟ ସଦସ୍ୟମାନଙ୍କୁ ଧନ୍ୟବାଦ ଜଣାଇଥିଲେ। ରକ୍ତଦାନ ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନୀଲୁ ମହାପାତ୍ର, ଉପ-ଜିଲ୍ଲାପାଳ ରବୀନ୍ଦ୍ର କୁମାର ପ୍ରଧାନ, ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ଜିଲ୍ଲା କାର୍ଯ୍ୟାଳୟ ଷ୍ଟାଫ୍ କମିଟିର ସଭାପତି, ସମ୍ପାଦକ, କର୍ମକର୍ତ୍ତା ଓ କର୍ମଚାରୀମାନେ ଯୋଗ ଦେଇଥିଲେ। ଏଥିରେ ମୋଟ ୫୫ ୟୁନିଟ ରକ୍ତ ସଂଗୃହିତ ହୋଇଥିଲା ।











