ଜାତୀୟ ସ୍ତରୀୟ ଅବଦୁଲ କରିମଖାନ ମେମୋରିଆଲ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଲିଗମ୍ୟାଚ



କେନ୍ଦ୍ରାପଡା,୨୭ା୧: ଜାତୀୟ ସ୍ତରୀୟ ପଞ୍ଚମ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଲିଗ ମ୍ୟାଚ ସୋମବାର ଅନୁଷ୍ଠିତ ହୋଇଯାଇଛି। ଫକିରାବାଦ ଲକି ସ୍ପୋଟିଂ କ୍ଲବ ଆନୁକୂଲ୍ୟରେ କେନ୍ଦ୍ରାପଡା ସରକାରୀ ହାଇସ୍କୁଲ ଖେଳପଡିଆରେ କ୍ଲବର ସଭାପତି ମହମ୍ମଦ ସଲିମ ଖାନ୍‌ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ବିଜେପି ନେତା ତେଜେଶ୍ୱର ପରିଡା ଓ ଲଳିତ କୁମାର ବେହେରା ଅତିଥି ଭାବେ ଯୋଗଦେଇ ଏହି ଦ୍ୱିତୀୟ ଲିଗ ମ୍ୟାଚକୁ ଉଦଘାଟନ କରିଥିଲେ। ଏଥିସହିତ ଖେଳପଡିଆକୁ ଯାଇ ଉଭୟ ଦଳର ଖେଳାଳୀମାନଙ୍କ ସହ ହାତମିଳାଇ ଶୁଭେଛା ଜଣାଇଥିଲେ। ଦ୍ୱିତୀୟ ଲିଗ୍‌ମ୍ୟାଚରେ କଟକର ଓଡିଶା ପୋଲିସ ଦଳ ଝାଡଖଣ୍ଡର ସ୍ପୋଟିଙ୍ଗ କ୍ଲବକୁ ୨-୦ ଗୋଲରେ ହରାଇ ଏ-ଗ୍ରୁପ୍‌ର ପ୍ରଥମ ସେମିଫାଇନାଲ ମ୍ୟାଚରେ ପ୍ରବେଶ କରିଛି। ମ୍ୟାନ ଅଫ ଦି ମ୍ୟାଚ ହୋଇଥିବା ଓଡିଶା ପୋଲିସ ଦଳର ଖେଳାଳୀ ରିୟାସନ ଟୁଡୁକୁ ଅତିଥିମାନେ ଟ୍ରଫି ପ୍ରଦାନ କରିଥିଲେ। ଆଜିର ମ୍ୟାଚ୍‌କୁ ରେଫରୀ ଭାବେ ପ୍ରଦୀପ୍ତ କୁମାର ମହାନ୍ତି, ମହମ୍ମଦ ସାକଲିନ, ସୁକାନ୍ତ ସିଂ ଓ ମହମ୍ମଦ ମୋକିମ ପ୍ରମୁଖ ପରିଚାଳନା କରିଥିଲେ। ମଙ୍ଗଳବାର ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ସେମିଫାଇନାଲରେ କଟକର ଓଡିଶା ପୋଲିସ ଦଳ କେନ୍ଦ୍ରାପଡାର ଚାନ୍ଦ କ୍ଲବକୁ ଭେଟିବ। ଅନ୍ୟତମ ଅତିଥି ଭାବେ କ୍ଲବର କାର୍ଯ୍ୟକାରୀ ସଭାପତି ମହମ୍ମଦ ନିଆଜ୍‌, ସାଧାରଣ ସମ୍ପାଦକ ସେକ ସାହାବୁଲ୍ଲା, ଉପସଭାପତି ସେକ ଫରିଦଉଦ୍ଦିନ୍‌, ସେକ ସଫାତୁଲ୍ଲା, ଇବ୍ରାହିମ ଖାନ୍‌, ସମିଉଲ୍ଲା ଖାନ୍‌, ସେକ ବୁରାନଉଲ୍ଲା, ସମ୍ପାଦକ ମୀର ସଲିମ, ମୀର ଜରାର୍‌, କଲିମ ଖାନ୍‌, ମୀର ଅବୁସମା, ଆୟାଜ ମହମ୍ମଦ୍‌, କୋଷାଧ୍ୟକ୍ଷ ସେକ ମୁସ୍ତାକ ଓ ମହମ୍ମଦ ଆଝାରୁଦ୍ଦିନ ପ୍ରମୁଖ ମଞ୍ଚାସୀନ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉପଦେଷ୍ଟା ସୟଦ ଅକମଲ ଅଲ୍ଲୀ, ମାସୁମ ଖାନ୍‌, ମୀର ସଲାମତ୍‌, ସଲିମ ଖାନ୍‌, ଜାହିଦ ଖାନ୍‌, ମୀର ମହମ୍ମଦ ଅମୀରଙ୍କ ସମେତ ସେକ ଆଦିକ ଇକବାଲ୍‌, ସମସେର ଅଲ୍ଲୀ ଖାନ୍‌, ମହମ୍ମଦ ଇମ୍ରାନ୍‌, ୱାସିମ, ଦିଲୁ ପଣ୍ଡା, ଆଜମଲ ଖାନ୍‌, ମହମ୍ମଦ ଅଜିଜ୍‌, ମିରାଜନ୍‌, ମୋତି ଖାନ୍ ପ୍ରମୁଖ ଉତ୍ସବ ପରିଚାଳନାରେ ସହଯୋଗ କରିଥିଲେ।


Next Post

କେନ୍ଦ୍ରାପଡାରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

Mon Jan 27 , 2025
କେନ୍ଦ୍ରାପଡ଼ା,୨୭ା୧: କେନ୍ଦ୍ରାପଡ଼ା ଜିଲ୍ଲା ସଦର ମହକୁମାଠାରେ ଜିଲ୍ଲାସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ ବି. ପରମେଶ୍ୱରନ୍ ମୁଖ୍ୟ ଅତିଥିଭାବେ ଯୋଗଦେଇ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ପଡ଼ିଆଠାରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ଆମର ସାମ୍ବିଧାନିକ ପିତାମହ ଡ. ବାବାସାହେବ ଆମ୍ବେଦକରଙ୍କ ପ୍ରଣୀତ ସମ୍ବିଧାନ ଆମକୁ ଶିକ୍ଷା, ନ୍ୟାୟ, ଧର୍ମନିରପେକ୍ଷତା ଏବଂ ଲୋକତନ୍ତ୍ର ଯୋଗାଇଛି ବୋଲି […]

KANIKA