କେନ୍ଦ୍ରାପଡାରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର



କେନ୍ଦ୍ରାପଡ଼ା, ୩ା୨: କେନ୍ଦ୍ରାପଡ଼ା ସଦର ମହକୁମାରେ ଆଜି ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ଣ ୧୦ ଟାରୁ ଅପରାହ୍ଣ ଗୋଟାଏ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ପୈାରପରିଷଦ ଟାଉନ୍‌ହଲ୍‌ରେ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଳିତ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନୀଲୁ ମହାପାତ୍ର, ଉପ ଜିଲ୍ଲାପାଳ ଅରୁଣ କୁମାର ନାୟକ, ଡିଏସପି (ଡି.ଆଇ.ବି) ଲକ୍ଷ୍ମୀ ନାରାୟଣ ତିୱାରି, କେନ୍ଦ୍ରାପଡା ବିଡିଓ ଅଭିଷେକ ସ୍ୱାଇଁ, କେନ୍ଦ୍ରାପଡ଼ା ତହସିଲଦାର ତାପସ ଦେହୁରୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ା. ପ୍ରମୋଦ କୁମାର ପ୍ରହରାଜ, ଡେପୁଟି କଲେକ୍ଟର ପଲ୍ଲବୀ ପ୍ରିୟଦର୍ଶିନୀ, ଡେପୁଟି କଲେକ୍ଟର ପଲ୍ଲବୀ ପାତ୍ର, କେନ୍ଦ୍ରାପଡା ପୌରପରିଷଦ ନିର୍ବାହୀ ଅଧିକାରୀ ଅଜିତ ନାରାୟଣ ପ୍ରସାଦ ଗିରି, ସମସ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ଲାଇନ୍ ଡିପାର୍ଟମେଂଟ୍‌ର ନିର୍ବାହୀ ଯନ୍ତ୍ରୀ ପ୍ରମୂଖ ଅଭିଯୋଗ ଶୁଣାଣିରେ ସହାୟତା କରିଥିଲେ। ଆଜିର ଅଭିଯୋଗ ଶୁଣାଣିରେ ମୋଟ୍ ୧୮୦ଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ସେଥି ମଧ୍ୟରୁ ୨୩ ଟି ସାମୁହିକ ଏବଂ ୧୫୭ଟି ବ୍ୟକ୍ତିଗତ ଅଭିଯୋଗ ଥିଲା । ଚିକିତ୍ସା ସହାୟତା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଏକଲକ୍ଷ ୧୦ହଜାର ଟଙ୍କା ୧୪ ଜଣ ଆବେଦନକାରୀଙ୍କୁ ପ୍ରଦାନ କରିବା ପାଇଁ ଜିଲ୍ଲାପାଳ ମଞ୍ଜୁର କରିଥିବା ବେଳେ ରେଡ୍‌କ୍ରସ୍ ପାଣ୍ଠିରୁ ୫ ଜଣଙ୍କୁ ଚିକିତ୍ସା ସହାୟତା ବାବଦରେ ମୋଟ ୨୮ହଜାର ଟଙ୍କାର ଚେକ୍ ପ୍ରଦାନ ପାଇଁ ମଞ୍ଜୁର କରିଛନ୍ତି । ସମସ୍ତ ଅଭିଯୋଗର ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ବ୍ୟକ୍ତିଗତ ଅଭିଯୋଗ ମଧ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ପାନୀୟ ଜଳ ଯୋଗାଣ, ବସୁନ୍ଧରା ଯୋଜନାରେ ଭୂମିହୀନଙ୍କୁ ଜାଗା ପ୍ରଦାନ, ଚିକିତ୍ସା ପାଇଁ ଆର୍ôଥକ ସହାୟତା, ନୂତନ ରାସନ୍‌କାର୍ଡ଼ ପ୍ରଦାନ, ଅନ୍ତୋଦୟ ଯୋଜନାରେ ନାମ ସାମିଲ କରିବା, ଭିନ୍ନକ୍ଷମ ପ୍ରମାଣପତ୍ର ପ୍ରଦାନ ନିୟମରେ ସଂଶୋଧନ, ବର୍ଦ୍ଧିତ ବାର୍ଦ୍ଧକ୍ୟ ଭତ୍ତା, ଜମି ସମସ୍ୟା ଓ ପୋଲିସ ସମସ୍ୟା ଆବେଦନ ପତ୍ର ଆଦି ଦରଖାସ୍ତଗୁଡ଼ିକ ମୁଖ୍ୟ ସ୍ଥାନରେ ଥିଲା । ସେହିପରି ସାମୁହିକ ଅଭିଯୋଗ ମଧ୍ୟରେ ଫ୍ଲାୟ ଓଭର ନିର୍ମାଣ, ବିଦ୍ୟୁତ ଯୋଗାଣ, ବିଦ୍ୟୁତ ସଂଯୋଗୀକରଣରେ ହୋଇଥିବା ତାର ପରିବର୍ତ୍ତନ, ମନ୍ଦିରକୁ ସହାୟତା ରାଶି ପ୍ରଦାନ, ଶୀତଳ ଭଣ୍ଡାର ନିର୍ମାଣ, ବେଆଇନ ଭାବେ ଅଧିକୃତ ସରକାରୀ ଜମି ଉଚ୍ଛେଦ ଓ ଧାନ ସଂଗ୍ରହ ବୃଦ୍ଧି ନିମନ୍ତେ ଆଦି ଅଭିଯୋଗ ଗୁଡ଼ିକ ମୁଖ୍ୟ ସ୍ଥାନରେ ଥିଲା । ଏଗୁଡ଼ିକର ତୁରନ୍ତ ଫଇସଲା ପାଇଁ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।


Discover more from

Subscribe now to keep reading and get access to the full archive.

Continue reading