କେନ୍ଦ୍ରାପଡା,୧୪ା୨: କପାଳେଶ୍ୱର ଗ୍ରାମପଞ୍ଚାୟତର ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମ ପରିସରରେ ଥିବା ଶିବାନନ୍ଦ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଆଶ୍ରମର ପ୍ରତିଷ୍ଠାତା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ମୁଖ୍ୟ ଅତିଥି, ଜିଲ୍ଲା ପରିଷଦ ସଭାପତି ସୁଶ୍ରୀ ଲିଲିତା ଦାସ ବିଶିଷ୍ଟ ଅତିଥି, ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର ମୁଖ୍ୟବକ୍ତା ଓ ଆଶ୍ରମର ଉପାଧ୍ୟକ୍ଷ ଡ. କାଳି ପ୍ରସନ୍ନ ଶତପଥୀ, ବିଦ୍ୟାମନ୍ଦିର […]

କେନ୍ଦ୍ରାପଡା,୧୪ା୨: କେନ୍ଦ୍ରାପଡା ଜିଲ୍ଲା ରାଜ୍ୟର ଏକ ଶିଳ୍ପ କରିଡର ହେବ ବୋଲି କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ଜୟ ପଣ୍ଡା ଶୁକ୍ରବାର ଅପରାହ୍ନରେ ଗରାପୁରସ୍ଥିତ ସ୍ୱୟଂସିଦ୍ଧା ମଣ୍ଡପରେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଗଣମାଧ୍ୟମକୁ କହିଛନ୍ତି। ଶ୍ରୀ ପଣ୍ଡା ଆହୁରି କହିଥିଲେ ଯେ କେନ୍ଦ୍ରାପଡାକୁ ରାଜ୍ୟର ଏକ ବିକଶିତ ଜିଲ୍ଲାରେ ପରିଣତ କରିବା ପାଇଁ ସେ ସବୁ ପ୍ରକାର ଉଦ୍ୟମ ଜାରି ରଖିଛନ୍ତି। ଜିଲ୍ଲାରେ ରେଳ ଭିତ୍ତିଭୂମିର ବିକାଶ ପାଇଁ […]